ଲିଙ୍ଗରାଜ ମନ୍ଦିର ନିକଟରୁ ଜବରଦଖଲ ଉଚ୍ଛେଦକୁ ନେଇ ଅସନ୍ତୋଷ ବ୍ୟାପିବାପରେ ଉଚ୍ଛେଦ କାମ ବନ୍ଦ କଲା ପ୍ରଶାସନ

ଭୁବନେଶ୍ବର: ଲିଙ୍ଗରାଜ ମନ୍ଦିର ନିକଟରୁ ଜବରଦଖଲ ଉଚ୍ଛେଦକୁ ଅସନ୍ତୋଷ ଦେଖା ଦେବାପରେ ଆଜି ପ୍ରଶାସନ ପକ୍ଷରୁ ଉଚ୍ଛେଦ ବନ୍ଦ କରାଯାଇଥିବା ଜଣାଯାଇଛି । ମନ୍ଦିରର ପ୍ରଶାସକଙ୍କ ଅନୁଯାୟୀ ଆସନ୍ତାକାଲି ପୂର୍ବାହ୍ନ ୧୧ଟା ବେଳେ ଭୁବନେଶ୍ବର ମହାନଗର ନିଗମ କମିସନରଙ୍କ କାର୍ଯ୍ୟାଳୟରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ କରାଯିବ। ଏଥିରେ ଦୋକାନ ହରାଇଥିବା ବ୍ୟବସାୟୀମାନେ ନିଜର ମତ ରଖିପାରିବେ ଏବଂ ସେଥିରେ ଥଇଥାନ ନେଇ ନିଷ୍ପତ୍ତି କରାଯିବ ।

ସୂଚନାଯୋଗ୍ୟ, ଆଗେ ଥଇଥାନ ପରେ ଉଚ୍ଛେଦ ଦାବି କରି ଉଚ୍ଛେଦ ବନ୍ଦ ରଖିବାକୁ ଦୋକାନ ହରାଇଥିବା ବ୍ୟବସାୟୀମାନେ ଦାବି କରିଛନ୍ତି । ଏଥିପାଇଁ ପ୍ରଶାସନ ଆଲୋଚନା କରୁ ବୋଲି ଦାବି ବି ହୋଇଛି । ଆଇନଶୃଙ୍ଖଳା ପରିସ୍ଥିତିକୁ ଆଖି ଆଗରେ ରଖି ଆଜି ବି ପ୍ରଶାସନ ପକ୍ଷରୁ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଥିଲା ।

ଦୋକାନୀମାନଙ୍କୁ ଥଇଥାନ ନ କରି ଉଚ୍ଛେଦ କରାଯାଉଥିବାରୁ ଏହାକୁ ସେମାନେ ବିରୋଧ କରୁଛନ୍ତି । ଏହାକୁ କେତେକ ରାଜନେତା ସମର୍ଥନ କରିଛନ୍ତି ।

ସମ୍ବନ୍ଧିତ ଖବର