ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହ : ୬ଟି ସ୍ଥାନରେ ଗାନ୍ଧୀଙ୍କ ପୂର୍ଣ୍ଣାବୟବ ତୈଳଚିତ୍ର ସ୍ଥାପିତ

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ବୈଠକରେ ପ୍ରସ୍ତୁତି ଚୂଡ଼ାନ୍ତ

ଭୁବନେଶ୍ୱର : ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ସୂଚନା ଓ ଲୋକସଂପର୍କ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ସମାରୋହର ଚୂଡ଼ାନ୍ତ ପ୍ରସ୍ତୁତି ଶେଷ ହୋଇଛି। ଅକ୍ଟୋବର ୨ ତାରିଖ ବୁଧବାର ଦିନ ଭୁବନେଶ୍ୱରଠାରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।

୧୫୦ତମ ଜନ୍ମବାର୍ଷିକୀ ସମାରୋହ ପାଳନ ଉଦ୍ଦେଶ୍ୟରେ ଆଜି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ପ୍ରମୁଖ ଶାସନ ସଚିବ ଶ୍ରୀ ମନୋରଞ୍ଜନ ପାଣିଗ୍ରାହୀଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ବୈଠକରେ ଯୋଗଦେଇଥିଲୋ ଇତି ମଧ୍ୟରେ ବିଭାଗ ତରଫରୁ ପ୍ରଥମ ପର୍ଯ୍ୟାୟରେ ମହାତ୍ମା ଗାନ୍ଧୀଙ୍କ ୬ଟି ପୂର୍ଣ୍ଣାବୟବ ତୈଳଚିତ୍ର ରବୀନ୍ଦ୍ର ମଣ୍ଡପ, ରାଜ୍ୟ ସଂଗ୍ରହାଳୟ, ରାଜ୍ୟ ଅଭିଲେଖାଗାର, କଟକସ୍ଥିତ ଆନନ୍ଦଭବନ ସଂଗ୍ରହାଳୟ,ନେତାଜୀ ସୁଭାଷଚନ୍ଦ୍ର ବୋଷ ସଂଗ୍ରହାଳୟ ଓ ସ୍ୱରାଜ ଆଶ୍ରମରେ ସ୍ଥାପନ କରାଯାଉଛିା

ଗାନ୍ଧୀ ଜୟନ୍ତୀ ଦିନ ଭୋର ସାଢ଼େ ୪ଟା ସମୟରେ ସହର ସାରା ରାମଧୂନ୍‌ ପ୍ରଚାର କରାଯିବ। ସକାଳ ୭ଟାରୁ ୮ଟା ମଧ୍ୟରେ ବିଭିନ୍ନ ଶିକ୍ଷାନୁଷ୍ଠାନର ପ୍ରାୟ ୫ ହଜାରରୁ ଉର୍ଦ୍ଧ୍ୱ ବିଦ୍ୟାର୍ଥୀ ଆଚାର୍ଯ୍ୟବିହାର ଠାରୁ କ୍ୟାପିଟାଲ ହସ୍ପିଟାଲ ପର୍ଯ୍ୟନ୍ତ ସୁଦୀର୍ଘ ବିଶାଳ ଏକ ମାନବ ଶୃଙ୍ଖଳ ରଚନାରେ ସାମିଲ ହେବୋ ପ୍ରାୟ ୪୦୦ ସଂକୀର୍ତ୍ତନ କଳାକାର ଦୁଇ ଭାଗରେ ବିଭକ୍ତ ହୋଇ ପଦଯାତ୍ରାରେ “ରଘୁ ପତି ରାଘବ ରାଜାରାମ’ (ରାମଧୂନ୍‌) ଭଜନ ପରିବେଷଣ ପୂର୍ବକ ପଦଦତ୍ରାରେ ଯିବୋ ସକାଳ ୯ଟା ବେଳେ ସ୍ଥାନୀୟ “ଗୀତଗୋବିନ୍ଦ ସଦନ’ରେ ଓଡ଼ିଶା ଲଳିତକଳା ଏକାଡେମୀ ପକ୍ଷରୁ ଶିଳ୍ପୀ ଶିବିର ଆୟୋଜନ କରାଯିବା

ସକାଳ ୧୦ଟା ୧୦ ମିନିଟ୍‌ରେ ବିଧାନସଭା ପରିସର ମଧ୍ୟରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ସାଙ୍ଗକୁ ଆଶ୍ରମ ଭଜନ ଆବୃତ୍ତି, ରାମଧୂନ୍‌ ଓ ଗାନ୍ଧୀ ଜୟନ୍ତୀ ଶପଥ ପାଠ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହଙ୍କ ସହ ଜନପ୍ରତିନିଧିମାନେ ଯୋଗଦେବୋ

ପୂର୍ବାହ୍ନ ୧୧ଟା ବେଳେ ଜୟଦେବ ଭବନରେ ଫଟୋଚିତ୍ର ପ୍ରଦର୍ଶନୀ ଉଦ୍‌ଘାଟନ ଓ “ଗାନ୍ଧୀକଥା’ କାର୍ଯ୍ୟକ୍ରମ ଆୟୋଜନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥିରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ସୂଚନା ଓ ଲୋକସଂପର୍କ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ ଏବଂ ବିଶିଷ୍ଟ ଗାନ୍ଧୀବାଦୀ ବିଦ୍ୱାନ ଶ୍ରୀ ସତ୍ୟନାରାୟଣ ସାହୁ ଯୋଗଦେବୋ ଅପରାହ୍ନ ୩ଟାରେ ଗୀତଗୋବିନ୍ଦ ସଦନରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଉର୍ଦ୍ଦୁ ଏକାଡେମୀ ଆନୁକୂଲ୍ୟରେ କବିତା ଆସର ଓ ମୁଶୟାରା ଆୟୋଜିତ ହେବା ସନ୍ଧ୍ୟା ସାଢ଼େ ୬ଟାରେ ଜୟଦେବ ଭବନଠାରେ ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ବିଶିଷ୍ଟ କଣ୍ଠଶିଳ୍ପୀମାନଙ୍କ ଦ୍ୱାରା ଭଜନ ପରିବେଷଣ କରାଯିବା

ସମ୍ବନ୍ଧିତ ଖବର