ମେଡିକାଲ୍‌ ନାମଲେଖା : ୨୦ରୁ ନାମ ପଞ୍ଜୀକରଣ

ଭୁବନେଶ୍ୱର : ଓଡ଼ିଶାରେ ଥିବା ବିଭିନ୍ନ ସରକାରୀ ଓ ଘରୋଇ ମେଡିକାଲ କଲେଜର ଏମ୍‌ବିବିଏସ୍‌ ଓ ବିଡିଏସ୍‌ ପାଠ୍ୟକ୍ରମରେ ନାମଲେଖା ପାଇଁ ଆସନ୍ତା ୨୦ ତାରିଖଠାରୁ ପଞ୍ଜୀକରଣ ଆରମ୍ଭ ହେବ। ଛାତ୍ରଛାତ୍ରୀ ‘www.ojee.nic.in’ ମାଧ୍ୟମରେ ୨୫ ତାରିଖ ପର୍ଯ୍ୟନ୍ତ ଅନ୍‌ଲାଇନ୍‌ରେ ନାମ ପଞ୍ଜୀକରଣ କରିପାରିବେ। ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ଜୁନ୍‌ ୨୬ରେ ପଞ୍ଜୀକୃତ ଛାତ୍ରଛାତ୍ରୀଙ୍କ ତାଲିକା ପ୍ରକାଶ ପାଇବ। ଜୁନ୍‌ ୨୬ରୁ ୨୯ ମଧ୍ୟରେ ଛାତ୍ରଛାତ୍ରୀଙ୍କ ଡକ୍ୟୁମେଣ୍ଟ ଯାଞ୍ଚ ହେବ। ଜୁନ୍‌ ୩୦ରେ ରାଜ୍ୟସ୍ତରୀୟ ମେରିଟ୍‌ ଲିଷ୍ଟ ପ୍ରକାଶ କରାଯିବ। ଜୁଲାଇ ୧ ଓ ୨ ତାରିଖରେ ଛାତ୍ରଛାତ୍ରୀ ଚଏସ୍‌ ଫିଲିଂ ଓ ଲକିଂ କରିପାରିବେ। ଜୁଲାଇ ୫ରୁ ୯ ତାରିଖ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଲାଗି ପ୍ରୋଭିଜନାଲ ଆଡମିସନ୍‌ ହେବ ବୋଲି ଓଜେଇଇ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ଖୁବ୍‌ଶୀଘ୍ର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯିବ ବୋଲି ଓଜେଇଇ ଅଧ୍ୟକ୍ଷ ମନୀଷ ତ୍ରିପାଠୀ ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର