ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ

ବଲାଙ୍ଗୀର : ମଙ୍ଗଳବାର ବଲାଙ୍ଗୀର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏଥିପାଇଁ ରେଳ ବିଭାଗ, ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ସବୁ ପ୍ରକାର ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ରେଳ ଷ୍ଟେସନଠାରୁ ପଥରଚେପା ସଭାମଞ୍ଚ ଯାଏଁ ହେବାକୁ ଥିବା କାର୍ଯ୍ୟକ୍ରମ ସ୍ଥଳରେ ସବୁ ପ୍ରକାର ପ୍ରସ୍ତୁତି ସରିଛି। ନିର୍ଦ୍ଧାରିତ ହୋଇନଥିଲେ ହେଁ ମୋଦୀ ରୋଡ ସୋ’ କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତରେ ସମୁଦାୟ ୧୫୪୫ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ଆସିବା ପରେ ପ୍ରଥମେ ରେଳ ଷ୍ଟେସନ ନିକଟରେ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେଠାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ। ପରେ ପଥରଚେପାଠାରେ ଦଳୀୟ ସଭାକୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।

ସମ୍ବନ୍ଧିତ ଖବର