ଏପ୍ରିଲ ୮ରୁ ନିମ୍ନ ଅଦାଲତ ସକାଳୁଆ

କଟକ : ଏପ୍ରିଲ ୮ ତାରିଖରୁ ରାଜ୍ୟର ସମସ୍ତ ନିମ୍ନ ଅଦାଲତ ସକାଳୁଆ ହେବ। ସକାଳ ୭ରୁ କୋର୍ଟ କାର୍ଯ୍ୟ ଆରମ୍ଭ ହୋଇ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ। ସକାଳ ୭ଟା ୩୦ରେ କୋର୍ଟ ବସିବେ ଓ ଦିନ ୧୦ଟାରୁ ୧୦ଟା ୩୦ ମିନିଟ ପର୍ଯ୍ୟନ୍ତ ବିରତି ରହିବ। ଗ୍ରୀଷ୍ମ ଅବକାଶ ପର୍ଯ୍ୟନ୍ତ ସକାଳ କୋର୍ଟ ବ୍ୟବସ୍ଥା ଜାରି ରହିବ। ‌ତେବେ ବ୍ରହ୍ମପୁର, ଛତ୍ରପୁର, ଭୁବନେଶ୍ବର, କୋରାପୁଟ ସଦର ଓ ପୁରୀ ସଦରକୁ କିନ୍ତୁ ସକାଳ କୋର୍ଟ ବ୍ୟବସ୍ଥାରୁ ବାଦ୍‌ ଦିଆଯାଇଛି। ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରି ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲା ଓ ଦୌରା ଜଜ୍‌ଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

ସମ୍ବନ୍ଧିତ ଖବର