କଟକ : ହାଇକୋର୍ଟରେ ଆଜି ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଓଡିଶା ରାଜ୍ୟ ଆଇନସେବା ପ୍ରାଧିକରଣର ମୁଖ୍ୟ ପୃଷ୍ଠପୋଷକ ମୁଖ୍ୟ ବିଚାରପତି ଜଷ୍ଟିସ୍ କେ.ଏସ୍.ଜାଭେରୀ, ପ୍ରାଧିକରଣର କାର୍ଯ୍ୟ ନିର୍ବାହୀ ଅଧ୍ୟକ୍ଷ ଜଷ୍ଟିସ୍ ଇନ୍ଦ୍ରଜିତ ମହାନ୍ତି ଓ ହାଇକୋର୍ଟ ଆଇନସେବା କମିଟି ଅଧ୍ୟକ୍ଷା କୁମାରୀ ଜଷ୍ଟିସ ସଞ୍ଜୁ ପଣ୍ଡାଙ୍କ ମାର୍ଗଦର୍ଶନରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହୋଇଛି। ହାଇକୋର୍ଟ ଆଇନସେବା କମିଟି ଆନୁକୂଲ୍ୟରେ ଅନୁଷ୍ଠିତ ଏହି ଲୋକ ଅଦାଲତରେ ୨୫ଟି ମାମଲାର ଆପୋସ ବୁଝାମଣାରେ ଫୈସଲା କରାଯାଇଛି। କୁମାରୀ ଜଷ୍ଟିସ ସଞ୍ଜୁ ପଣ୍ଡା, ଡକ୍ଟର ଜଷ୍ଟିସ ଏ.କେ.ରଥ, ଜଷ୍ଟିସ ବିଶ୍ୱଜିତ ମହାନ୍ତି, ଜଷ୍ଟିସ ସଙ୍ଗମ କୁମାର ସାହୁ, ଜଷ୍ଟିସ ଏସ୍.ଏନ୍.ପ୍ରସାଦ, ଜଷ୍ଟିସ୍ କେ.ଆର୍.ମହାପାତ୍ର ଓ ଜଷ୍ଟିସ ଜେ.ପି.ଦାସ ଅନୁଷ୍ଠିତ ଜାତୀୟ ଲୋକ ଅଦାଲତରେ ମାମଲା ଗୁଡିକର ଫୈସଲା କରିଥିଲେ। ଏଥି ମଧ୍ୟରେ ବ୍ୟାଙ୍କ ମାମଲା, ଭୂମି ଅଧିଗ୍ରହଣ ମାମଲା, କ୍ରିମିନାଲ କମ୍ପାଉଣ୍ଡେବଲ ମାମଲା, ଚାକିରି ଓ ଅବସରକାଳୀନ ପ୍ରାପ୍ୟ ସଂପର୍କିତ ମାମଲା, ବୀମା କ୍ଷତିପୂରଣ ମାମଲା ରହିଛି। ଏହି ଲୋକ ଅଦାଲତରେ ସାଧାରଣ ବୀମା କମ୍ପାନି ମଧ୍ୟରୁ ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସ, ନ୍ୟାସନାଲ ଇନସ୍ୟୁରାନ୍ସ, ଓରିଏଣ୍ଟାଲ ଇନସ୍ୟୁରାନ୍ସ, ୟୁନାଇଟେଡ୍ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନି ଓ ଘରୋଇ ବୀମା କମ୍ପାନି ଅଂଶ ଗ୍ରହଣ କରିଥିଲେ। କ୍ଷତିପୂରଣ ବାବଦରେ ୨୯ ଲକ୍ଷ ୬୫ ହଜାର ଟଙ୍କା ପ୍ରଦାନ ପାଇଁ ଆଜି ଅନୁଷ୍ଠିତ ଲୋକ ଅଦାଲତରେ ନିର୍ଦ୍ଦେଶ ଦିଆଯାଇଛି ବୋଲି ସୂଚନା ମିଳିଛି।
Sambad is now on WhatsApp
Join and get latest news updates delivered to you via WhatsApp
ଆଇନଜୀବୀଙ୍କୁ ମାଡ଼: ହାଇକୋର୍ଟରେ ଆଉ ଏକ ମାମଲା
କଟକ : ଆଇନଜୀବୀ ଦେବୀପ୍ରସାଦ ପଟ୍ଟନାୟକଙ୍କୁ ପୁଲିସ ଆକ୍ରଣମ ପ୍ରସଂଗକୁ ନେଇ ହାଇକୋର୍ଟରେ ଆଉ ଏକ ମାମଲା ଦାୟର ହୋଇଛି। ଆଇନଜୀବୀ ଅନ୍ତର୍ଯ୍ୟାମୀ ସ୍ୱାଇଁଙ୍କ ପକ୍ଷରୁ ଦାୟର ଜନସ୍ୱାର୍ଥ ମାମଲାରେ ଦର୍ଶାଯାଇଛି ଯେ ପୁଲିସର ଏପରି ଆଚରଣ ଗ୍ରହଣୀୟ ନୁହେଁ। ଏହି ଘଟଣାରେ ସଂପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଉ। ଏଥି ସହିିତ ଆଇନଜୀବୀଙ୍କ ସୁରକ୍ଷା ପ୍ରସଂଗକୁ ମଧ୍ୟ ଗୁରୁତ୍ୱ ଦିଆଯାଉ ବୋଲି ସେ ଦର୍ଶାଇଛନ୍ତି। ଘଟଣାର ସିବିଆଇ ତଦନ୍ତ ପାଇଁ ପ୍ରାର୍ଥନା କରି ଏହି ମାମଲା ରୁଜୁ ହୋଇଛି। ମାମଲାରେ ମୁଖ୍ୟ ଶାସନ ସଚିବ, ଆଇନ ବିଭାଗ ସଚିବ, ପୁଲିସ କମିସନର, କଟକ ଡିସିପି, କଟକ ଜିଲ୍ଲାପାଳ, ଗୃହ ସଚିବ, ଚାଉଳିଆଗଞ୍ଜ ଥାନା ଅଧିକାରୀଙ୍କୁ ପକ୍ଷଭୁକ୍ତ କରାଯାଇଛି।