ସୁପର ସ୍ପେଶାଲିଷ୍ଟ ଡାକ୍ତରଙ୍କୁ ୩୦ହଜାର ପ୍ରୋତ୍ସାହନ ରାଶି

ଭୁବନେଶ୍ୱର : ମେଡିକାଲ କଲେଜରେ କାର୍ଯ୍ୟରତ ଡାକ୍ତରଙ୍କୁ ପ୍ରୋତ୍ସାହନ ରାଶି ପ୍ରଦାନ କରିବାକୁ ରାଜ୍ୟ ସରକାର ଆଜି ଘୋଷଣା କରିଛନ୍ତି। ଏମ୍‌ସିଆଇ ଦ୍ୱାରା ସ୍ୱୀକୃତିପ୍ରାପ୍ତ ମେଡିକାଲ କଲେଜରେ କାର୍ଯ୍ୟ କରୁଥିବା ସୁପର ସ୍ପେଶାଲିଷ୍ଟ ଡାକ୍ତରଙ୍କୁ ମାସିକ ୩୦ ହଜାର ଟଙ୍କା, ପିଜି ଡାକ୍ତରଙ୍କୁ ମାସିକ ୨୦ହଜାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ। ଏହାସହ ପିଜି ଡିପ୍ଲୋମା ଡାକ୍ତରଙ୍କୁ ମାସିକ ୧୦ ହଜାର ଟଙ୍କା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। କେବଳ ଆବଶ୍ୟକ ଯୋଗ୍ୟତା ଭିତ୍ତିରେ ଏହାକୁ ପ୍ରଦାନ କରାଯାଉଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

ସମ୍ବନ୍ଧିତ ଖବର