ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟର ବେଞ୍ଚ ପ୍ରତିଷ୍ଠା ଦାବି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କେନ୍ଦ୍ର ଆଇନ୍‌ ମନ୍ତ୍ରୀ ରବି ଶଙ୍କର ପ୍ରସାଦଙ୍କୁ ଚିଠି ଲେଖିଛନ୍ତି। ହାଇକୋର୍ଟ ବେଞ୍ଚ ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ମଧ୍ୟ ୨ ଥର କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ପଶ୍ଚିମ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟର ବେଞ୍ଚ ପ୍ରତିଷ୍ଠା କରିବାକୁ ତଥା ପଦକ୍ଷେପ ନେବାକୁ ମୁଁ ୨୦୧୩ ସେପ୍ଟେମ୍ବର ୨୮ ଓ ୨୦୧୪ ଫେବ୍ରୁଆରି ୧୩ରେ ନିବେଦନ କରିଥିଲି।

ପଶ୍ଚିମ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଲୋକମାନେ କଟକ ଆସି ସେମାନଙ୍କର ହାଇକୋର୍ଟ ସଂପର୍କୀତ କାମ କରିବାକୁ ଅନେକ ହଇରାଣ ଓ ଖର୍ଚ୍ଚାନ୍ତ ହେଉଛନ୍ତି। ତେଣୁ ଏହି ଏହି ଅଞ୍ଚଳରେ ହାଇକୋର୍ଟର ବେଞ୍ଚ ପ୍ରତିଷ୍ଠା କରିବାକୁ ସେମାନେ ବହୁ ଦିନରୁ ଦାବି କରି ଆସୁଛନ୍ତି। ନବୀନ କହିଛନ୍ତି ହାଇକୋର୍ଟର ବେଞ୍ଚ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ଆବଶ୍ୟକ ସହଯୋଗ କରିବାକୁ ପ୍ରସ୍ତୁତ ଅଛି।

ବିଭିନ୍ନ ଅଞ୍ଚଳରୁ ହାଇକୋର୍ଟରେ ବହୁ ମାମଲା ବିଚାରଧିନ ଅଛି। ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟରେ ବେଞ୍ଚ ପ୍ରତିଷ୍ଠା ହୋଇଗଲେ ଲୋକଙ୍କୁ ସୁବିଧା ହେବ, ମାତ୍ର କେନ୍ଦ୍ର ଆଇନ୍‌ ମନ୍ତ୍ରାଳୟ ପକ୍ଷରୁ ଏପର୍ଯ୍ୟନ୍ତ ଆବଶ୍ୟକ ପଦକ୍ଷେପ ନିଆଯାଇ ନାହିଁ।

ସମ୍ବନ୍ଧିତ ଖବର