ଦକ୍ଷିଣ-ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ କେନ୍ଦ୍ର ଆଇନମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ବର: ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ  କେନ୍ଦ୍ର ଆଇନମନ୍ତ୍ରୀ ରବିଶଙ୍ଗର ପ୍ରସାଦଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି ଲେଖିଛନ୍ତି । ଏ ଦିଗରେ ତ୍ୱରିତ ପଦକ୍ଷେପ ନେବା ପାଇଁ ଚିଠିରେ ରବିଶଙ୍କରଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଦୀର୍ଘ ବର୍ଷ ହେବ  ଉଭୟ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ମୂଳ ବାସିନ୍ଦାମାନେ ପ୍ରବଳ ଦାବି କରୁଛନ୍ତି । ଏ ନେଇ ପୂର୍ବରୁ ମଧ୍ୟ କେନ୍ଦ୍ର ଆଇନମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ। ତୁରନ୍ତ ଏ ଦିଗରେ ବିଚାର ବିମର୍ଷ କରି ତ୍ୱରିତ ପଦକ୍ଷେପ ନେବା ପାଇଁ ଚିଠି ଜରିଆରେ ମୁଖ୍ୟମନ୍ତ୍ରୀ ପୁଣି ଥରେ ଅନୁରୋଧ କରିଛନ୍ତି।

ଦୀର୍ଘ ବର୍ଷ ହେବ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ଆଇନଜୀବୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି । ସେମାନଙ୍କ ସହ ଅନେକ ସଂଗଠନ ଏବଂ ପଶ୍ଚିମଓଡ଼ିଶାବାସୀ ଓ ରାଜନୈତିକ ଦଳମାନେ ମଧ୍ୟ ଏଥିରେ ସାମିଲ୍ ହୋଇଛନ୍ତି । ବିଭିନ୍ନ ସମୟରେ ରାଜ୍ୟ ଓ କେନ୍ଦ୍ର ମଧ୍ୟରେ ଏହାକୁ ନେଇ କାଦୁଅ ଫିଙ୍ଗାଫିଙ୍ଗି ହେଉଛନ୍ତି ।

ସମ୍ବନ୍ଧିତ ଖବର