ଭୁବନେଶ୍ୱର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ବିଭାଗ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇବ। ପୂର୍ବାହ୍ନ ୧୧ଟାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ର୍ରି ନାରାୟଣ ପାତ୍ର ପରିଷଦ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିବେ। ଛାତ୍ରଛାତ୍ରୀ ‘www.chseodisha.nic.in’ ଓ ‘www.orissaresults.nic.in’ ମାଧ୍ୟମରେ ସେମାନଙ୍କ ଫଳ ଜାଣିପାରିବେ। ପରୀକ୍ଷା ସଂପର୍କିତ ସୂଚନା ଲାଗି ପରିଷଦ ପକ୍ଷରୁ ଏକ ହେଲ୍ପ ଲାଇନ୍ ନମ୍ବର ୦୬୭୪-୨୩୦୨୩୯୨ ଖୋଲାଯାଇଛି। ରେଜଲ୍ଟ ଜାଣିବା ଲାଗି ପରୀକ୍ଷାର୍ଥୀଙ୍କୁ ରୋଲ ନମ୍ବର ଏବଂ ରେଜିଷ୍ଟ୍ରେସନ ନମ୍ବରର ଆବଶ୍ୟକତା ରହିଛି। େଓ୍ଵବସାଇଟ୍ରେ ଉଭୟ ନମ୍ବର ଦାଖଲ ନ କଲେ ପରୀକ୍ଷା ଫଳ ବାହାରିବ ନାହିଁ ବୋଲି ପରିଷଦର ପରୀକ୍ଷା ନିୟନ୍ତ୍ରକ ପ୍ରବୋଧ କୁମାର ପଣ୍ଡା କହିଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ସୂଚନାଯୋଗ୍ୟ ଯେ ଗତ ମାର୍ଚ୍ଚ ୫ରୁ ୨୯ ତାରିଖ ପର୍ଯ୍ୟନ୍ତ ୧୧୦୪ଟି ପରୀକ୍ଷା କେନ୍ଦ୍ରରେ ୩,୬୫,୮୨୬ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ବିଜ୍ଞାନ ବିଭାଗରେ ୯୬,୧୭୫ ଜଣ ପରୀକ୍ଷା ଦେଇଥିବା ବେଳେ କଳା ବିଭାଗରେ ୨,୩୩,୯୭୮ ଏବଂ ବାଣିଜ୍ୟ ବିଭାଗରେ ୨୭,୪୪୭ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ୨୦୧୭ ମସିହାରେ ବିଜ୍ଞାନ ବିଭାଗ ପରୀକ୍ଷା ଫଳ ମେ’ ୧୨ରେ ପ୍ରକାଶ ପାଇଥିଲା। ପାସ୍ହାର ୮୧.୧୧ ପ୍ରତିଶତ ଥିଲା। ଚଳିତବର୍ଷ ସିବିଏସ୍ଇ ପାଠ୍ୟକ୍ରମ ଢାଞ୍ଚାରେ ପ୍ରସ୍ତୁତ ହୋଇଥିବା ପାଠ୍ୟକ୍ରମ ଅନୁଯାୟୀ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବାରୁ ପାସ୍ହାର ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି।