ଓଡ଼ିଶା ବନ୍ଦ; ନବନିର୍ମାଣ କୃଷକ ସଂଗଠନ ତରଫରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ୱର: ପ୍ରାଇସ୍‌, ପ୍ରେଷ୍ଟିଜ୍‌ ଓ ପେନ୍‌ସନ୍‌ ଦାବି କରି ଗୁରୁବାର ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ନବନିର୍ମାଣ କୃଷକ ସଙ୍ଗଠନ ଓଡ଼ିଶା ବନ୍ଦ ପାଳନ ଆରମ୍ଭ କରିଛି।

ସଙ୍ଗଠନର କର୍ମୀମାନେ ବିଭିନ୍ନ ଜିଲ୍ଳା ମୁଖ୍ୟାଳୟ ଓ ସଦର ମହକୁମାମାନଙ୍କରେ ବିକ୍ଷୋଭ ପ୍ରଦଶର୍ନ କରି ରାସ୍ତାରେ ଯାହାକିଛି ସ୍ୱଳ୍ପ ଯାନବାହନ ଚଳାଚଳ କରୁଛି ତାହାକୁ ଅଟକାଉଛନ୍ତି।

ରାଜ୍ୟ ମଧ୍ୟ ଦେଇ ଯାଇଥିବା ଜାତୀୟ ରାଜପଥ, ରାଜ୍ୟ ରାଜପଥ ଓ ଅନ୍ୟାନ୍ୟ ସଡ଼କପଥରେ ବସ୍‌, ଟ୍ରକ୍‌, କାର୍‌ ଓ ଅନ୍ୟାନ୍ୟ ପରିବହନ ମାଧ୍ୟମ ଚଳାଚଳ କରୁନାହିଁ।

ରେଳଚଳାଚଳ ମଧ୍ୟ ବନ୍ଦ ରହିଛି। ଦୋକାନ ବଜାର ମଧ୍ୟ ଖୋଲି ନାହିଁ।

ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ବନ୍ଦର ପ୍ରଭାବ ଅନୁଭୂତ ହେଉଛି।

ରାଜନୈତିକ ଦଳ କଂଗ୍ରେସ ଓ ଭାଜପା କୃଷକମାନଙ୍କର ବନ୍ଦ ପାଳନକୁ ସମର୍ଥନ ଜଣାଇ ସେମାନଙ୍କ ସହ ଯୋଗ ଦେଇଛି।
ଅପ୍ରୀତିକର ପରିସ୍ଥିତିର ମୁକାବିଲା କରିବାକୁ ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି।

ସମ୍ବନ୍ଧିତ ଖବର