ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏହି ୫ଟି ଜିଲ୍ଲାରେ ରହିଛି ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିଥିବା ଲଘୁଚାପ ବଳୟ ଏବେ ଉତ୍ତର ଓଡ଼ିଶା ଉପରୁ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଅପସରି ଯାଇ ଏବେ ଛତିଶଗଡ଼ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ଘନୀଭୂତ ହୋଇଛି। ତେବେ, ଏହାର ପ୍ରଭାବରେ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ଣରେ ଭୁବନେଶ୍ୱର ସ୍ଥିତ ଅଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏଥିସହ ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟ ବର୍ଷା ସମ୍ଭବନା ରହିଥିବା ଏହି ସୂଚନାରେ କୁହାଯାଇଛି।

ଏଥିସହ ଆସନ୍ତା ଅଗଷ୍ଟ ୧୩ ତାରଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ପୁଣି ଥରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା କହିଛି ଭୁବନେଶ୍ୱର ସ୍ଥିତ ଅଞ୍ଚଳିକ ପାଣିପାଗ ବିଭାଗ।

ସମ୍ବନ୍ଧିତ ଖବର