ଦୀକ୍ଷା ଆପ୍ ସାହାଯ୍ୟରେ ଦଶମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହେବାକୁ ଥିବା ଛାତ୍ରଛାତ୍ରୀମାନେ ଅନଲାଇନରେ ପାଠ ପଢିବେ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର:  ନବମ ଶ୍ରେଣୀରୁ ଦଶମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହେବାକୁ ଥିବା ଛାତ୍ରଛାତ୍ରୀମାନେ ଅନଲାଇନରେ ପାଠ ପଢିବେ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଏବର୍ଷ ନବମ ଶ୍ରେଣୀରୁ ଦଶମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହେବାକୁ ଥିବା ଛାତ୍ରଛାତ୍ରୀଙ୍କୁ ମିଳିବ ଶିକ୍ଷା ।

କେନ୍ଦ୍ର ସରକାରଙ୍କ ଦ୍ବାରା ପ୍ରସ୍ତୁତ ଓ ପରିଚାଳିତ ଦୀକ୍ଷା ଆପ୍ ଜରିଆରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷା ପ୍ରଦାନ କରାଯିବା ନେଇ ସୂଚନା ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ । ବିଭାଗୀୟ ମନ୍ତ୍ରୀଙ୍କ କହିବା ଅନୁସାରେ, ଚଳିତ ବର୍ଷ ଯେଉଁ ଛାତ୍ରଛାତ୍ରୀମାନେ ଦଶମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହେବେ ସେମାନଙ୍କୁ ଅନଲାଇନରେ ଶିକ୍ଷା ଦିଆଯିବ । ଦୀକ୍ଷା ଆପ୍ ସାହାଯ୍ୟରେ ଏହି ଶିକ୍ଷା ଦିଆଯିବ । ତେବେ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷା ସହିତ ଯୋଡ଼ି ରଖିବା ପାଇଁ ଏହି ବ୍ୟବସ୍ଥା କରାଯାଇଛି । ଶିକ୍ଷକ, ଶିକ୍ଷୟତ୍ରୀମାନେ ଛାତ୍ରଛାତ୍ରୀମାନଙ୍କୁ  ଏନେଇ ଗାଇଡ୍ କରିବେ ବୋଲି ସେ କହିଛନ୍ତି।

image source-youtube

ଆସନ୍ତା ୧୪ ତାରିଖ ପରେ ବିଭାଗ ଦ୍ୱାରା କାର୍ଯ୍ୟକ୍ରମର ସମ୍ପୂର୍ଣ୍ଣ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରାଯିବ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । କରୋନା ଯୋଗୁଁ ଚଳିତ ବର୍ଷର ସ୍କୁଲ ବନ୍ଦ ରହିବା ଯୋଗୁଁ ଛାତ୍ରଛାତ୍ରୀଙ୍କ ପାଠପଢ଼ା ପ୍ରଭାବିତ ହୋଇଛି । ତେଣୁ ଏଭଳି ଅନଲାଇନ ଶିକ୍ଷା ଦ୍ୱାରା ଛାତ୍ରଛାତ୍ରୀ ଲାଭବାନ ହେବେ ବୋଲି ଆଶା କରାଯାଉଛି ।

ସମ୍ବନ୍ଧିତ ଖବର