ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ପାଇଁ ୭ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ମୟୁରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ ଓ ଦେବଗଡ଼ ରହିଛି। ସେହିପରି ପ୍ରବଳ ବର୍ଷା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢ଼େଙ୍କାନାଳ, କୋରାପୁଟ, ବରଗଡ଼, ବଲାଙ୍ଗୀର, ସୋନପୁର ଓ ଖୋର୍ଦ୍ଧା ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ତେବେ ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ହେତୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।
/sambad/media/post_attachments/wp-content/uploads/2019/09/images-11.jpg)
୧୩ରୁ ୧୪ ତାରିଖ ମଧ୍ୟରେ ବି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାକୁ ଦେଖି ରାଜ୍ୟର ନୂଆପଡ଼ା, ନବରଙ୍ଗପୁର, ମୟୁରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୧୪ରୁ ୧୭ ତାରିଖ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରିଛି। ୧୭ ତାରିଖ ପରେ ପାଗମୁଖ୍ୟତଃ ଶୁଖିଲା ରହିବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/09/images-1-5.jpg)