ପୂର୍ବତନ ବିଧାୟକ ରମେଶ ଜେନାଙ୍କୁ ଜାମିନ

କଟକ : ସାନଖେମୁଣ୍ଡିର ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଜେନାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ସାକ୍ଷୀଙ୍କୁ ଧମକ ଚମକ ଦେବା ନେଇ ଶ୍ରୀ ଜେନାଙ୍କ ବିରୋଧରେ ପୁଲିସ ମାମଲା ରୁଜୁ କରିଥିବା ଦୌରା ଜଜ୍‌ ଅଦାଲତ ତାଙ୍କ ଜାମିନ ଖାରଜ କରିଥିଲେ। ଏହା ପରେ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଜଷ୍ଟିସ ଏସ୍‌.କେ.ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ଶ୍ରୀ ଜେନାଙ୍କ ନିୟମିତ ଜାମିନ ଆବେଦନର ଶୁଣାଣି କରି ତାଙ୍କୁ ଜାମିନରେ ଛାଡିବା ପାଇଁ ନିମ୍ନ ଅଦାଲତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଏସ.ଏସ. ରାୟ ମାମଲା ପରିଚାଳନା କରୁଥିଲେ।

ସମ୍ବନ୍ଧିତ ଖବର