ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ : ଜାମିନ ପାଇଁ ପୁଞ୍ଜିଲାଲ ହାଇକୋର୍ଟଙ୍କ ଦ୍ୱାରସ୍ଥ

କଟକ : ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ସୂତ୍ରଧର ଅଧ୍ୟାପକ ପୁଞ୍ଜିଲାଲ ମେହେର ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗତ ସପ୍ତାହରେ ତାଙ୍କ ଜାମିନ ବଲାଙ୍ଗୀର ଅତିରିକ୍ତ ଦୌରା ଜଜ୍‌ ଅଦାଲତ ଖାରଜ କରିବା ପରେ ସେ ହାଇକୋର୍ଟରେ ନିୟମିତ ଜାମିନ ଆବେଦନ ଦାୟର କରିଛନ୍ତି। ଏଠାରେ ସୂଚନା ଯୋଗ୍ୟ ଯେ ଗତ ଫେବ୍ରୁଆରି ୨୩ରେ ନବ ବିବାହିତ ସୌମ୍ୟଶେଖର ଓ ପତ୍ନୀ ରିମା ପାର୍ସଲ ଖୋଲୁଥିବା ବେଳେ ବିସ୍ଫୋରଣ ଘଟିଥିଲା। ଘଟଣାସ୍ଥଳରେ ସୌମ୍ୟଶେଖରଙ୍କ ଜେଜେ ମା’ଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ସୌମ୍ୟଶେଖର ଓ ରିମାଙ୍କୁ ବଲାଙ୍ଗୀର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସୌମ୍ୟଶେଖରଙ୍କ ମୃତ୍ୟ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ରିମାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଭଇଁଷା କଲେଜର ଇଂରାଜୀ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ଏପ୍ରିଲ ୨୫ରେ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା। ତାଙ୍କୁ ତଦନ୍ତକାରୀ ସଂସ୍ଥା ରିମାଣ୍ଡରେ ନେଇ ପଚରା ଉଚୁରା କରିଥିଲା।

ସମ୍ବନ୍ଧିତ ଖବର