ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ : ହାଇକୋର୍ଟରେ ପୁଞ୍ଜିଲାଲଙ୍କ ଜାମିନ ଶୁଣାଣି

ତଦନ୍ତର ସାନି ସ୍ଥିିତି ସଂପର୍କରେ ତଥ୍ୟ ଦେବାକୁ ନିର୍ଦ୍ଦେଶ

କଟକ : ବହୁଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ସୂତ୍ରଧର ଅଧୢାପକ ପୁଞ୍ଜିଲାଲ ମେହେରଙ୍କ ଜାମିନ ଆବେଦନର ହାଇକୋର୍ଟରେ ଶୁଣାଣି ହୋଇଛି। ଜଷ୍ଟିସ ଜେ. ପି. ଦାସଙ୍କୁ ନେଇ ଗଠିତ ଖଣ୍ତପୀଠ ଆବେଦନର ଶୁଣାଣି କରି ଜବତ ତାଲିକା ସହିତ ତଦନ୍ତର ସାନି ସ୍ଥିିତି ସଂପର୍କରେ ତଥ୍ୟ ଉପସ୍ଥାପନ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଡିସେମ୍ବର ପ୍ରଥମ ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି। ୨୦୧୮, ଜୁନ ୧ରେ ପୁଞ୍ଜିଲାଲଙ୍କ ଜାମିନ ଆବେଦନ ବଲାଙ୍ଗୀର ଅତିରିକ୍ତ ଦୌରାଜଜ୍‌ ଅଦାଲତ ଖାରଜ କରିବା ପରେ ସେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।

ଏଠାରେ ସୂଚନାଯୋଗ୍ୟ ଯେ, ଗତ ଫେବ୍ରୁଆରି ୨୩ରେ ନବବିବାହିତ ସୌମ୍ୟଶେଖର ଓ ପତ୍ନୀ ରୀମା ପାର୍ସଲ ଖୋଲୁଥିବା ବେଳେ ବିସ୍ଫୋରଣ ଘଟିଥିଲା। ଘଟଣାସ୍ଥଳରେ ସୌମ୍ୟଶେଖରଙ୍କ ଜେଜେ ମା’ଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ସୌମ୍ୟଶେଖର ଓ ରୀମାଙ୍କୁ ବଲାଙ୍ଗୀର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସୌମ୍ୟଶେଖରଙ୍କ ମୃତ୍ୟ ହୋଇଥିବାବେଳେ ଗୁରୁତର ଅବସ୍ଥାରେ ରୀମାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଭଇଁଷା କଲେଜର ଇ˚ରାଜୀ ଅଧୢାପକ ପୁଞ୍ଜିଲାଲ ମେହେରଙ୍କୁ ଏପ୍ରିଲ ୨୫ରେ କ୍ରଇମବ୍ରାଞ୍ଚ ଗିରଫ କରିଥିଲା। ତାଙ୍କୁ ତଦନ୍ତକାରୀ ସ˚ସ୍ଥା ରିମାଣ୍ତରେ ନେଇ ପଚରା ଉଚୁରା କରିଥିଲା। ଏହା ପରେ କ୍ରାଇମ୍‌ବ୍ରାଞ୍ଚ ପୁଞ୍ଜିଲାଲଙ୍କ ବିରୋଧରେ ୩୦୦ ପୃଷ୍ଠାର ଚାର୍ଜସିଟ୍‌ ପାଟଣାଗଡ଼ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ଦାଖଲ କରିଥିଲା। ଚାର୍ଜସିଟ୍‌ରେ କ୍ରାଇମ୍‌ବ୍ରାଞ୍ଚ ମୋଟ ୭୨ ଜଣ ସାକ୍ଷୀ ଓ ପ୍ରତ୍ୟେକ୍ଷଦର୍ଶୀଙ୍କ ବୟାନ ଦାଖଲ କରିଛି।

ସମ୍ବନ୍ଧିତ ଖବର