୨୧ରେ ଯୁକ୍ତ୨ କଳା ଓ ବାଣିଜ୍ୟ ପରୀକ୍ଷା ଫଳ
ଭୁବନେଶ୍ବର, : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବିଭାଗ ପରୀକ୍ଷା ଫଳ ଜୁନ୍ ୨୧ରେ ପ୍ରକାଶ ପାଇବ। ଭୁବନେଶ୍ବର ଜୟଦେବ ଭବନ ପରିସରରେ ଥିବା ଗୀତଗୋବିନ୍ଦ ସଦନରେ ଅପରାହ୍ଣ ୩ଟା ୩୦ରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିବେ। ଏହାପରେ ପରୀକ୍ଷାର୍ଥୀମାନେ ‘www.chseodisha.nic.in’ ଓ ‘www.orissaresults.nic.in’ ମାଧ୍ୟମରେ ସେମାନଙ୍କ ରେଜଲ୍ଟ ଜାଣିପାରିବେ। ରେଜଲ୍ଟ ଜାଣିବା ଲାଗି ପରୀକ୍ଷାର୍ଥୀଙ୍କୁ ରୋଲ ନମ୍ବର ଓ ରେଜିଷ୍ଟ୍ରେସନ୍ ନମ୍ବରର ଆବଶ୍ୟକତା ରହିଛି। େଵବସାଇଟ୍ରେ ଉଭୟ ନମ୍ବର ଦାଖଲ ନ କଲେ ପରୀକ୍ଷା ଫଳ ବାହାରିବ ନାହିଁ ବୋଲି ପରିଷଦର ଉପ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ଦାସ କହିଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ଚଳିତବର୍ଷ କଳାରେ ୨ ଲକ୍ଷ ୩୫ ହଜାର ୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ବାଣିଜ୍ୟରେ ୨୭ ହଜାର ଓ ଧନ୍ଦାମୂଳକ ଶିକ୍ଷାରେ ମାତ୍ର ୬ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଗତବର୍ଷ ଜୁନ୍ ୯ରେ ଉକ୍ତ ୩ଟି ବିଭାଗର ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ଏଥର ୧୨ ଦିନ ବିଳମ୍ବରେ ରେଜଲ୍ଟ ପ୍ରକାଶ ପାଇବ।