ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଫଳ ଆଜି

ଭୁବନେଶ୍ୱର : ଯୁକ୍ତ୨ କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଇନ୍‌ଷ୍ଟାଣ୍ଟ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇବ। ପୂର୍ବାହ୍ନରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ଫଳ ପ୍ରକାଶ କରାଯିବ ବୋଲି ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୯ ତାରିଖଠାରୁ ୧୨ ତାରିଖ ପର୍ଯ୍ୟନ୍ତ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ୩ଟି ବିଭାଗରେ ପ୍ରାୟ ଏକ ହଜାର ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିଲେ। ୯ ଓ ୧୦ ତାରିଖରେ ଥିଓରି ପରୀକ୍ଷା ଅନୁଷ୍ଠିତ ହୋଇଥିବା ବେଳେ ୧୧ ଏବଂ ୧୨ ତାରିଖରେ ପ୍ରାକ୍ଟିକାଲ ପରୀକ୍ଷା ଆୟୋଜିତ ହୋଇଥିଲା।

ସମ୍ବନ୍ଧିତ ଖବର