ଆଜିଠୁ ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା

ଭୁବନେଶ୍ବର : ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ଇନ୍‌ଷ୍ଟାଣ୍ଟ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ପରୀକ୍ଷାର ପ୍ରଥମ ଦିନ ଅର୍ଥାତ୍‌ ଜୁଲାଇ ୧୮ରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବିଭାଗର ରେଗୁଲାର ଓ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀଙ୍କ ଥିଓରି ପରୀକ୍ଷା ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ଅପରାହ୍‌ଣ ୧ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ଜୁଲାଇ ୧୯ ଓ ୨୦ରେ କଳା ଓ ବିଜ୍ଞାନ ବିଭାଗ ସମେତ କଳା ଓ ବାଣିଜ୍ୟ ବିଭାଗର ଡିଷ୍ଟାଣ୍ଟସ୍‌ ଏଜୁକେସନ୍‌ ଛାତ୍ରଛାତ୍ରୀଙ୍କ ପ୍ରାକ୍ଟିକାଲ ପରୀକ୍ଷା କରାଯିବ। ଚଳିତବର୍ଷ ମୋଟ ୧୧୦୬ ଛାତ୍ରଛାତ୍ରୀ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଲାଗି ଯୋଗ୍ୟତା ଅର୍ଜନ କରିଥିଲେ। ତେବେ ସେମାନଙ୍କ ମଧ୍ୟରୁ ୮୨୦ଜଣ ଫର୍ମ ପୂରଣ କରିଛନ୍ତି।

ପରୀକ୍ଷା ପାଇଁ ସାରା ରାଜ୍ୟରେ ୩୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି ବୋଲି ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର