ଯୁକ୍ତ ୨ କଳା, ବାଣିଜ୍ୟ ପରୀକ୍ଷାଫଳ ଆଜି

0 1,131

ଭୁବନେଶ୍ୱର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବିଭାଗ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇବ। ପୂର୍ବାହ୍ନ ୧୦ଟା ୩୦ରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ର୍ରି ନାରାୟଣ ପାତ୍ର ପରିଷଦ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିବେ। ଏହାପରେ ଛାତ୍ରଛାତ୍ରୀ ‘www.chseodisha.nic.in’ ଓ ‘www.orissaresults.nic.in’ ମାଧ୍ୟମରେ ସେମାନଙ୍କ ଫଳ ଜାଣିପାରିବେ। ପରୀକ୍ଷାଫଳ ଜାଣିବା ଲାଗି ପରୀକ୍ଷାର୍ଥୀଙ୍କୁ ରୋଲ ନମ୍ବର ଏବଂ ରେଜିଷ୍ଟ୍ରେସନ୍‌ ନମ୍ବରର ଆବଶ୍ୟକତା ରହିଛି। ଓ୍ଵବ୍‌ସାଇଟ୍‌ରେ ଉଭୟ ନମ୍ବର ଦାଖଲ ନ କଲେ ପରୀକ୍ଷା ଫଳ ବାହାରିବ ନାହିଁ ବୋଲି ପରିଷଦର ଉପ ପରୀକ୍ଷା ନିୟନ୍ତ୍ରକ ପ୍ରବୋଧ କୁମାର ପଣ୍ଡା କହିଛନ୍ତି। ସୂଚନାଯୋଗ୍ୟ ଯେ କଳା ବିଭାଗରେ ୨,୩୩,୯୭୮, ବାଣିଜ୍ୟ ବିଭାଗରେ ୨୭,୪୪୭ ଓ ଧନ୍ଦାମୂଳକ ଶିକ୍ଷା ବିଭାଗରେ ୮ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

ସମ୍ବନ୍ଧିତ ଖବର

Leave A Reply

Your email address will not be published.