ନିଜାମୁଦ୍ଦିନ ଧାର୍ମିକ ସମାବେଶରୁ ଓଡ଼ିଶା ଫେରନ୍ତାଙ୍କୁ ନେଇ କେନ୍ଦ୍ରାପଡାରେ ତନାଘନା

କେନ୍ଦ୍ରାପଡା: ନିଜାମୁଦ୍ଦିନ ଧାର୍ମିକ ସମାବେଶରୁ ଓଡ଼ିଶା ଫେରନ୍ତାଙ୍କୁ ନେଇ କେନ୍ଦ୍ରାପଡାରେ ତନାଘନା । ଏହି ସମାବେଶରେ ଯୋଗ ଦେଇ ଫେରିଥିବା ଜଣଙ୍କୁ କେନ୍ଦ୍ରାପଡାରେ ଚିହ୍ନଟ କରିଛି ଜିଲ୍ଲା ପ୍ରଶାସନ । ତାଙ୍କୁ ଆଇସୋଲେସନରେ ରଖାଯାଇଥିବା ନେଇ ସୂଚନା ଦେଇଛନ୍ତି କେନ୍ଦ୍ରାପଡା ଜିଲ୍ଲାପାଳ । ଏହାସହିତ ପରିବାର ଲୋକଙ୍କୁ ହୋମ କ୍ୱାରେଂଟିନରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

oneindia

ସମ୍ପୃକ୍ତ ବ୍ୟକ୍ତି ଦିଲ୍ଲୀରୁ ଫେରିବା ପରେ କେଉଁଠିକୁ ଯାଇଥିଲେ ଓ କାହାକାହା ସଂସ୍ପର୍ଶରେ ଆସିଥିଲେ ସେ ନେଇ ଅନୁସନ୍ଧାନ ଜାରି ରହିଛି ବୋଲି ଜିଲ୍ଲାପାଳ କହିଛନ୍ତି ।

Photo-Thenewsminute

ସେପଟେ ଦିଲ୍ଲୀ ନିଜାମୁଦ୍ଦିନ ଧାର୍ମିକ ସମାବେଶରେ ଯୋଗ ଦେଇ ଫେରିଥିବା ଓଡିଆଙ୍କୁ ଖୋଜୁଛି ପୁଲିସ । କେଉଁମାନେ ଏହି ସମାବେଶରେ ଯୋଗ ଦେଇ ଓଡିଶା ଫେରିଛନ୍ତି ସମ୍ପୃକ୍ତ ବ୍ୟକ୍ତିମାନଙ୍କୁ ପୁଲିସ ଖୋଜୁଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାର । ଏହା ସହିତ ସେମାନଙ୍କୁ ସଙ୍ଗରୋଧରେ ରଖିବାକୁ ବ୍ୟବସ୍ଥା କରାଯାଉଥିବା ସେ କହିଛନ୍ତି । ଗତ ୨୦ତାରିଖରେ ତବଲିଗ୍-ଇ-ଜମାତ ଧାର୍ମିକ ସମ୍ମିଳନୀରେ ୧୫ ଓଡିଆ ସାମିଲ ହୋଇ ଓଡିଶା ଫେରିଥିବା ଜାତୀୟ ଗଣମାଧ୍ୟମରେ ଖବର ପ୍ରସାରଣ ହୋଇଥିଲା ।

ସମ୍ବନ୍ଧିତ ଖବର

Comments are closed.