ବାତ୍ୟା ‘ଅମ୍ଫାନ’ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ ଟୁଇଟ୍ କଲେ ରାଷ୍ଟ୍ରପତି

ଭୁବନେଶ୍ୱର : ମେ ୨୦ ତାରିଖରେ ଓଡିଶା ଓ ପଶ୍ଚିମବଙ୍ଗରେ ବାତ୍ୟା ‘ଅମ୍ଫାନ’ ତାଣ୍ଡବ ରଚିବା ପରେ ଅନେକଙ୍କ ଜୀବନହାନି ଘଟିବା ସହ ଅନେକ ଧନସମ୍ପତ୍ତି ନଷ୍ଟ ହୋଇଛି | ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାତ୍ୟା ପରର ସ୍ଥିତି ସମୀକ୍ଷା କରିବା ପାଇଁ ଓଡିଶା ଓ ପଶ୍ଚିମବଙ୍ଗ ଗସ୍ତରେ ଆସିଥିବା ବେଳେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଆଜି ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି | ଏ ନେଇ ରାଷ୍ଟ୍ରପତି ଭବନର ଟୁଇଟର ଆକାଉଣ୍ଟ ଜରିଆରେ ସୂଚନା ଦିଆଯାଇଛି |

ରାଷ୍ଟ୍ରପତିଙ୍କ ଟୁଇଟରେ ଲେଖାଯାଇଛି ଯେ, ମୁଁ ଆଜି ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହେଲି ଏବଂ ଘୂର୍ଣ୍ଣିଝଡ ଅମ୍ଫନ ଯୋଗୁ ହୋଇଥିବା କ୍ଷୟକ୍ଷତି ପରିପ୍ରେକ୍ଷୀରେ ଲୋକମାନଙ୍କ ସୁରକ୍ଷା ବିଷୟରେ ମୋର ଚିନ୍ତା ପ୍ରକଟ କଲି । ମୁଁ ସେମାନଙ୍କୁ ଆଶ୍ୱାସନା ଦେଲି ଯେ, ଏହି ସଙ୍କଟ କାଳରେ ପ୍ରଭାବିତ ଲୋକମାନଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇଦେବା ଲାଗି ଦେଶ ଏକାଠି ହୋଇଛି । ମୁଁ ପ୍ରାର୍ଥନା କରୁଛି ଓ ମୋର ବିଶ୍ୱାସ ରହିଛି ଯେ, ଏହି ଅଞ୍ଚଳ ବିପତ୍ତିରୁ ଖୁବଶୀଘ୍ର ଦୃଢତାର ସହିତ ମୁକୁଳିବ ।

ରାଷ୍ଟ୍ରପତିଙ୍କ ପୂର୍ବରୁ ଗତକାଲି ପ୍ରଧାନମନ୍ତ୍ରୀ ମୋଦୀ ଟୁଇଟ କରି ଓଡିଶା ସରକାରଙ୍କୁ ଅଃମ୍ପନର ସାହସର ସହ ମୁକାବିଲା କରିଥିବାରୁ ପ୍ରଂଶସା କରିଥିଲେ |

ସମ୍ବନ୍ଧିତ ଖବର