ଭୁବନେଶ୍ୱର: ପୁଣି ଜଣେ ବିଜେଡିର ବରିଷ୍ଠ ନେତା ଦଳ ଛାଡ଼ିଛନ୍ତି। ଆଜି କାକଟପୁରର ପୂର୍ବତନ ବିଧାୟକ ରବି ମଲ୍ଲିକ ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ଯୋଜନା ବୋର୍ଡର ସଦସ୍ୟ ପଦରୁ ବି ଇସ୍ତଫା ଦେଇଛନ୍ତି। ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ରବି ମଲ୍ଲିକ ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଥିବା ଜଣାଯାଇଛି।ରବି ମଲ୍ଲିକ ୨୦୦୯ରୁ ୨୦୧୪ଯାଏଁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।
Sambad is now on WhatsApp
Join and get latest news updates delivered to you via WhatsApp
ସେ ତାଙ୍କ ପ୍ରତି ଅବିଚାର ହୋଇଥିବା ଦର୍ଶାଇ ଇସ୍ତଫା ଦେଇଛନ୍ତି। ରବି ମଲ୍ଲିକ ଆଜି ବିଜେପିରେ ଯୋଗ ଦେଇପାରନ୍ତି ଏବଂ ଦଳ ତାଙ୍କୁ କାକଟପୁରରୁ ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଛିି।