୧୬ରୁ ସାରା ରାଜ୍ୟରେ କୋହଲା ପାଗ, ୧୭ରୁ ଏହି ସବୁ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍‌ ଡିପ୍ରେସନ୍‌ରେ ପରିଣତ ହୋଇଛି। ବର୍ତ୍ତମାନ ଚେନ୍ନାଇ ଠାରୁ ଏହା ୯୩୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘୂର୍ଣ୍ଣିଝଡ଼ର ରୂପ ନେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ।

ଏହି କାରଣରୁ ଆଗାମୀ ୧୬ରୁ ସାରା ରାଜ୍ୟରେ କୋହଲା ପାଗ ସହ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍‌ ଡିପ୍ରେସନ୍‌ରେ ପରିଣତ ହେବା ହେତୁ ଆଗାମୀ୧୭ରେ ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ଜିଲ୍ଲାମାନଙ୍କ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ କନ୍ଧମାଳ ଆଦି ରହିଛି।

ସମ୍ବନ୍ଧିତ ଖବର