କାଳବୈଶାଖୀ ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆଜିଠାରୁ ଚାରିଦିନ ଧରି ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ଅଛି ବୋଲି ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଆଜି କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ନବରଙ୍ଗପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ବେଳେ ମୟୁରଭଞ୍ଜ, ବାଲେଶ୍ୱର,ଭଦ୍ରକ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟଗଡ଼ ଓ ଖୋର୍ଦ୍ଧା ଆଦି ଜିଲ୍ଲାରେ କାଳବୈଶାଖୀ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସେହିପରି ୩ ତାରିଖରେ କୋରାପୁଟ, ରାୟଗଡ଼ା, ଗଜପତି, ମୟୁରଭଞ୍ଜ ଓ ବାଲେଶ୍ୱର ଏବଂ ୪ ତାରିଖରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ଗଜପତି, ନୂଆପଡ଼ା, ବଲାଙ୍ଗୀର ଓ ମୟୁରଭଞ୍ଜ ୫ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୁରଭଞ୍ଜ ଓ ବାଲେଶ୍ୱର ଏବଂ ୬ ତାରିଖରେ କେନ୍ଦୁଝର, ମୟୁରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଓ ଖୋର୍ଦ୍ଧା ଆଦି ଜିଲ୍ଲାରେ ବ୍ରଜପାତ ସହିତ ସାମନ୍ୟ ବର୍ଷା ସମ୍ଭାବନା ରହିଛି। ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ସମ୍ବନ୍ଧିତ ଖବର