ପାଣିପାଗ: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବ। ଏହି ସମୟରେ ପବନ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ବହିବ।

ପାଣିପାଗ କାର୍ଯ୍ୟାଳୟର ସୂଚନା ଅନୁସାରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ଖରା ଅନୁଭୂତ ହୋଇଛି। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ସାଧାରଣ ତାପମାତ୍ରା ଠାରୁ ଗରମ ଅଧିକ ହୋଇଛି। ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୨.୬ ଡିଗ୍ରି ରେକର୍ଡ କରାଯାଇଛି। ସେହିଭଳି ସୁନ୍ଦରଗଡ଼ରେ ସର୍ବନିମ୍ନ ତାପମାତ୍ରା ୧୭.୦ ଡିଗ୍ରି ରେକର୍ଡ ହୋଇଛି।

ପ୍ରାୟ ଦୁଇ/ତିନି ହେବ ସକାଳ ବେଳା ତାପମାତ୍ରା କମ୍‌ ରହୁଛି କିନ୍ତୁ ପୂର୍ବାହ୍ନ ୧୦ ପରଠାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସୂର୍ଯ୍ୟଙ୍କ ପ୍ରଖର କିରଣ ଯୋଗୁଁ ବାହାରକୁ ବାହାରିବା ମୁସ୍କିଲ ହୋଇ ପଡୁଛି।

ସମ୍ବନ୍ଧିତ ଖବର