ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାରେ କାଳବୈଶାଖୀ ସହିତ ୫୦ରୁ ୬୦କିମି ବେଗରେ ପବନ ବହିବ !

ଭୁବନେଶ୍ୱର:  ରାଜ୍ୟର ୨୧ଟି ଜିଲ୍ଲାରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଘଡ଼ଘଡ଼ ବିଜୁଳି ସହିତ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗକେନ୍ଦ୍ର ଗୁରୁବାର ସତର୍କ ସୂଚନା ଜାରି କରିଛି। ତେଣୁ ସୁନ୍ଦରଗଡ଼, ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ, ଭଦ୍ରକ, ବାଲେଶ୍ୱର, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ,ଗଞ୍ଜାମ,ଗଜପତି,ରାୟଗଡ଼ା,କୋରାପୁଟ,କେନ୍ଦ୍ରାପଡ଼ା,କଟକ, ଖୋର୍ଦ୍ଧା, ଜଗତସିଂହପୁର,ନବରଙ୍ଗପୁର,ନୂଆପଡ଼ା, କଳାହାଣ୍ଡି ଓ ମାଲକାନଗିରି ବାସିନ୍ଦାଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗର ସୂଚନା। ଏହି ଜିଲ୍ଲାମାନଙ୍କ ମଧ୍ୟରୁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୫୦ରୁ୬୦କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ବୋଲି  ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେଣୁ ଏହି ସମୟର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ସେହିପରି ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଗତକାଲି ସମ୍ବଲପୁର, ଝାରସୁଗୁଡ଼ା,ନବରଙ୍ଗପୁର, ବଲାଙ୍ଗୀର, ସୁନ୍ଦରଗଡ଼,ଦେଓଗଡ଼, ରାୟଗଡ଼ା, ସୋନପୁର, ଅନୁଗୁଳ,କଟକ, ବରଗଡ଼, ଢ଼େଙ୍କାନାଳ,କନ୍ଧମାଳ ଆଦି ଜିଲ୍ଲାରେ ବର୍ଷା ହୋଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ଗତକାଲି ଟିଟଲାଗଡ଼ ସର୍ବାଧିକ ତାପମାତ୍ର ୪୩.୫ଡିଗ୍ରୀ ଥିବା ବେଳେ ହୀରାକୁଦରେ ୧୮.୧ଡିଗ୍ରୀ ସର୍ବନିମ୍ନ ତାପମାତ୍ର ରହିଥିଲା।

ସମ୍ବନ୍ଧିତ ଖବର