କେନ୍ଦୁଝର,ମୟୁରଭଞ୍ଜ ଓ ବାଲେଶ୍ୱର ସମେତ ଏହି ସବୁସ୍ଥାନରେ ଆଗାମୀ ୨୪ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ଘଣ୍ଟା ଭିତରେ ରାଜ୍ୟର ୧୧ଟି ଜିଲ୍ଲାରେ ଘଡ଼ଘଡ଼ ବିଜୁଳି ସହିତ କାଳବୈଶଖୀର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର,ମୟୁରଭଞ୍ଜ,ବାଲେଶ୍ୱର, ଭଦ୍ରକ, କନ୍ଧମାଳ,ଗଜପତି,ରାୟଗଡ଼ା,ସୁନ୍ଦରଗଡ଼,କୋରାପୁଟ,ଗଞ୍ଜାମ ଓ ଯାଜପୁର ରହିଛି। ଏହି ଜିଲ୍ଲାମାନଙ୍କ ମଧ୍ୟରୁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପବନର ବେଗ ୫୦ରୁ୬୦କିମି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏତେ ଜୋରରେ ପବନ ବହିବାର ସମ୍ଭାବନା ଥିବା ହେତୁ ଏହି ସମୟରେ ଘରୁ ବାହାରିବା ବିପଦପୂର୍ଣ୍ଣ ରହିଛି। କାରଣ ଚଳିତ ବର୍ଷ ବିଜୁଳିରେ ଅନେକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା। ଏତଦ୍‌ବ୍ୟତୀତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଉପକୂଳ ଓଡ଼ିଶାର ପାଗ ଶୁଖିଲା ରହିବ। ଅନ୍ୟପକ୍ଷରେ ଟିଟଲାଗଡ଼ ଓ ସୋନପୁର ସର୍ବାଧିକ ତାପମାତ୍ର ୪୨.୦ଡିଗ୍ରୀ ଥିବା ବେଳେ ସୁନ୍ଦରଗଡ଼ରେ ୨୧.୦ଡିଗ୍ରୀ ସର୍ବନିମ୍ନ ତାପମାତ୍ର ରହିଛି।

ସମ୍ବନ୍ଧିତ ଖବର