ଆଜିଠାରୁ ସମ୍ବଲପୁର ଦେଇ ରାଜଧାନୀ ଏକ୍ସପ୍ରେସ୍‌ ଚାଲିବ

ଭୁବନେଶ୍ୱର : ଆଜିଠାରୁ ସମ୍ବଲପୁର-ଝାରସୁଗୁଡ଼ା-ରାଉରକେଲା ଦେଇ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ୍‌ ଟ୍ରେନ୍‌ ଯାତାୟାତ କରିବ। ସକାଳ ୬ଟା ୪୫ ମିନିଟ୍‌ରେ ଏହାର ଉଦ୍‌ଘାଟନୀ ଯାତ୍ରାକୁ ନୂଆଦିଲ୍ଲୀରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ପତାକା ଦେଖାଇ ଶୁଭାରମ୍ଭ କରିବେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳବାଇ ରାଷ୍ଟ୍ରମନ୍ତ୍ରୀ ମନୋଜ ସିହ୍ନା। ଏହି ଅବସରରେ ଭୁବନେଶ୍ୱର ରେଳଷ୍ଟେସନରେ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଡା. ନୃସିଂହ ଚରଣ ସାହୁ, ସାଂସଦ ଡ. ପ୍ରସନ୍ନ ପାଟ୍ଟଶାଣୀ, ବିଧାୟକ ବିଜୟ କୁମାର ମହାନ୍ତି ଓ ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ପୂର୍ବତଟ ରେଳ ପକ୍ଷରୁ କୁହାଯାଇଛି।

ସମ୍ବନ୍ଧିତ ଖବର