ଗ୍ରୀଷ୍ମାବକାଶ ବଢ଼ିଲା: ୧୮ ବଦଳରେ ୨୧ତାରିଖରେ ଖୋଲିବ ରାଜ୍ୟର ସମସ୍ତ ବିଦ୍ୟାଳୟ

ଭୁବନେଶ୍ୱର: ମୌସୁମୀ ବାୟୁ ଓ ତତ୍‌ଜନିିତ ବର୍ଷା ରାଜ୍ୟରେ ପହଞ୍ଚି ସାରିଥିଲେ ମଧ୍ୟ ରାଜ୍ୟରେ ଗତ ଦୁଇ ଦିନ ହେବ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ରାଜ୍ୟର ୧୦ରୁ ଊର୍ଧ୍ୱ ସହରର ତାପମାତ୍ର ୪୦ ଡିଗ୍ରି ସେଲସିୟସ ଉପରେ ଥିବାବେଳେ ଭୁବନେଶ୍ୱରର ତାପମାତ୍ରା ୪୨ ଡିଗ୍ରି ସେଲସିୟସ ଛୁଇଁଛି। ଏହା ସାଙ୍ଗକୁ ପ୍ରବଳ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ଏ ପରିସ୍ଥିତିରେ ରାଜ୍ୟର ସ୍କୁଲ୍ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ଆଖିଆଗରେ ରଖି ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା୧ ୮ ତାରିଖ ଦିନ ରାଜ୍ୟର ସମସ୍ତ ଘରୋଇ ଓ ସରକାରୀ ବିଦ୍ୟାଳୟଗୁଡ଼ିକ ଗ୍ରୀଷ୍ମ ଛୁଟି ପରେ ଖୋଲିବା ପାଇଁ ନୋଟିସ ଦିଆଯାଇଥିଲା। ମାତ୍ର ରାଜ୍ୟ ସରକାର ଆଜି ଏହି ଗ୍ରୀଷ୍ମ ଛୁଟିକୁ ୩ ଦିନ ବୃଦ୍ଧି କରିଛନ୍ତି। ଅର୍ଥାତ ଗ୍ରୀଷ୍ମ ଛୁଟି ଅବଧି ପୂରିବା ପରେ ରାଜ୍ୟର ସମସ୍ତ ବିଦ୍ୟାଳୟ ଆସନ୍ତା ୨୧ ତାରିଖରେ ଖୋଲିବ ବୋଲି ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ଗଣଶିକ୍ଷା ବିଭାଗ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କହିଛନ୍ତି।

ସମ୍ବନ୍ଧିତ ଖବର