୧୮ରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ : ୩୫ ଲୋକସଭା, ୨୪୪ ବିଧାନସଭା ପ୍ରାର୍ଥୀ ଲଢ଼ିବେ

ଭୁବନେଶ୍ବର : ଆସନ୍ତା ୧୮ ତାରିଖରେ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ୪ଟି ଲୋକସଭା ଯଥା: ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ଏବଂ ଏସବୁ ଆସନ ଅଧୀନରେ ଥିବା ୩୫ଟି ବିଧାନସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ।

ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୩୫ଜଣ ପ୍ରାର୍ଥୀ ଏବଂ ବିଧାନସଭା ନିର୍ବାଚନରେ ୨୪୪ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରିବେ। ଏହି ପର୍ଯ୍ୟାୟର ନିର୍ବାଚନରେ ୯୧୧୭ ବୁଥ୍‌ରେ ୩୯ ଲକ୍ଷ ୪୫ ହଜାର ୨୫ଜଣ ପୁରୁଷ ଭୋଟର, ୩୭ ଲକ୍ଷ ୪୭ ହଜାର ୪୯୩ଜଣ ମହିଳା ଭୋଟର ଓ ୬୦୫ଜଣ ତୃତୀୟ ଲିଙ୍ଗ ଭୋଟରଙ୍କୁ ମିଶାଇ ମୋଟ ୭୬ ଲକ୍ଷ ୯୩ ହଜାର ୧୨୩ଜଣ ଭୋଟର ସେମାନଙ୍କର ମତଦାନ ଅଧିକାର ସାବ୍ୟସ୍ତ କରିବେ।

ସମ୍ବନ୍ଧିତ ଖବର