୪ରେ ଦିଲ୍ଲୀରେ ଜିଏସ୍‌ଟି ପରିଷଦ ବୈଠକ : ଯୋଗଦେବେ ଅର୍ଥ ମନ୍ତ୍ରୀ ଶଶିଭୂଷଣ ବେହେରା

0 13

ଭୁବନେଶ୍ୱର : ଆସନ୍ତା ୪ ତାରିଖରେ ନୂଆଦିଲ୍ଲୀରେ ଜିଏସ୍‌ଟି ପରିଷଦ ବୈଠକ ଅନୁଷ୍ଠିତ ହେବ। ଏଥିରେ ଅର୍ଥ ମନ୍ତ୍ରୀ ଶଶିଭୂଷଣ ବେହେରା ଯୋଗଦେବେ।

Panda Mobile only

ନୂଆଦିଲ୍ଲୀର ବିଜ୍ଞାନ ଭବନରେ ହେବାକୁ ଥିବା ଜିଏସ୍‌ଟି ପରିଷଦ ବୈଠକରେ ମୁଖ୍ୟତଃ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ବିଭିନ୍ନ ସମସ୍ୟା ଓ ପ୍ରସ୍ତାବ ସଂପର୍କରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଯୋଗଦେବା ପାଇଁ ମନ୍ତ୍ରୀ ଶ୍ରୀ ବେହେରାଙ୍କ ସହିତ ଅର୍ଥ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ତୁହିନକାନ୍ତ ପାଣ୍ଡେ, ବାଣିଜ୍ୟକର ଓ ଜିଏସ୍‌ଟି କମିସନର ଶାଶ୍ୱତ ମିଶ୍ର ଓ ଅତିରିକ୍ତ କମିସନର ସହଦେବ ସାହୁ ନୂଆଦିଲ୍ଲୀ ଗସ୍ତ କରିବେ ବୋଲି ସୂଚନା ମିଳିଛି।

ସମ୍ବନ୍ଧିତ ଖବର

Leave A Reply

Your email address will not be published.