ସିଙ୍ଗିଲ୍‌ ଓ୍ଵିଣ୍ଡୋ କର୍ତ୍ତୃପକ୍ଷଙ୍କ ଦ୍ୱାରା ୭ ପୁଞ୍ଜିନିବେଶ ପ୍ରକଳ୍ପ ଅନୁମୋଦନ, ବିନିଯୋଗ ହେବ ୧୦୩୬.୩୯ କୋଟି ଟଙ୍କା

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ସିଙ୍ଗିଲ ଓ୍ଵିଣ୍ଡୋ କର୍ତ୍ତୃପକ୍ଷ ବୈଠକରେ ୭ଟି ନୂତନ ପ୍ରକଳ୍ପ ପ୍ରସ୍ତାବ ଅନୁମୋଦିତ ହୋଇଛି। ଏହି ପ୍ରକଳ୍ପ ଗୁଡ଼ିକରେ ୨୭୭୮ ଜଣ ଲୋକଙ୍କ ପାଇଁ ନିଯୁକ୍ତି ସୁବିଧା ସୃଷ୍ଟି ହେବ। ବୈଠକରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୀବ ଚୋପ୍ରା ପ୍ରକଳ୍ପ ଗୁଡ଼ିକ ବିଷୟରେ ସବିଶେଷ ତଥ୍ୟ ଆଲୋଚନା ପାଇଁ ଉପସ୍ଥାପନ କରିଥିଲେ।
ଉନ୍ନୟନ କମିଶନର ଅସୀତ କୁମାର ତ୍ରିପାଠୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜଙ୍ଗଲ ଓ ପରିବେଶ ବିଭାଗ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ସଂପୃକ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଏବଂ ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଇପିକଲ ମୁଖ୍ୟ ପରିଚାଳକ କଲ୍ୟାଣ ମହାନ୍ତି ପ୍ରକଳ୍ପ ଗୁଡ଼ିକ ବିଷୟରେ ସବିଶେଷ ତଥ୍ୟ ଉପସ୍ଥାପନ କରିଥିଲେ।

ସମ୍ବନ୍ଧିତ ଖବର