ରାଜ୍ୟର କିଛି ସ୍ଥାନରେ ୧୩ରୁ ୧୪ ବର୍ଷିବ, ୮ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ମାର୍ଚ୍ଚ ୧୩ ଓ ୧୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମାର୍ଚ୍ଚ ୧୨ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ପାଗ ଶୁଖିଲା ରହିବ। ଏହା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ। ସେହିପରି ଝଡ଼ବର୍ଷା ଓ ବଜ୍ରପାତକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ୮ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ।

ଆସନ୍ତା ୧୩ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନ ସହିତ ବଲାଙ୍ଗିର, ସୋନପୁର, କଳାହାଣ୍ଡି, ନୂଆପଡ଼ା, ବୌଦ୍ଧ, ନବରଙ୍ଗପୁର, ବୌଦ୍ଧ, ମାଲକାନଗିରି ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ଥିବା ବେଳେ ରାଜ୍ୟର ଅନ୍ୟସ୍ଥାନ ଗୁଡ଼ିକରେ ପାଗ ଶୁଖିଲା ରହିବ। ସେହିପରି ୧୪ ତାରିଖ ଦିନ ଉତ୍ତର ଓଡ଼ିଶା ସହିତ କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ଓ ବୌଦ୍ଧ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର