ସରିଲା ସ୍ବତନ୍ତ୍ର ଓଜେଇଇ, ୨୫ରେ ଫଳ

ଭୁବନେଶ୍ବର : ବି.ଟେକ୍‌, ଲାଟେରାଲ ଏଣ୍ଟ୍ରି ଟୁ ବି.ଟେକ୍‌(ଡିପ୍ଲୋମା), ଲାଟେରାଲ ଏଣ୍ଟ୍ରି ଟୁ ବି.ଟେକ୍‌(ବିଏସ୍‌ସି),ଏମ୍‌ବିଏ, ଏମ୍‌ସିଏ, ଲାଟେରାଲ ଏଣ୍ଟ୍ରି ଏମ୍‌ସିଏ, ବି.ଫାର୍ମା ଓ ଏମ୍‌.ଫାର୍ମା ପାଠ୍ୟକ୍ରମରେ ଖାଲିଥିବା ସିଟ୍‌ରେ ନାମଲେଖା ପାଇଁ ଆଜି ସ୍ବତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅନୁଷ୍ଠିତ ହୋଇଛି। ରାଜ୍ୟର ୨୦ଟି ସହରରେ ହୋଇଥିବା ୩୧ଟି ପରୀକ୍ଷା କେନ୍ଦ୍ରରେ ୧୭,୬୭୯ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ବି.ଟେକ୍‌ରେ ସର୍ବାଧିକ ୭,୭୭୧ଜଣ ଛାତ୍ରଛାତ୍ରୀ ରହିଥିବା ବେଳେ ଲାଟେରାଲ ଏଣ୍ଟ୍ରି ଟୁ ବି.ଟେକ୍‌(ଡିପ୍ଲୋମା) ପାଇଁ ୪,୩୧୨, ଲାଟେରାଲ ଏଣ୍ଟ୍ରି ଟୁ ବି.ଟେକ୍‌(ବିଏସ୍‌ସି)ରେ ୧୨୦, ଏମ୍‌ବିଏରେ ୩,୪୦୪, ଏମ୍‌ସିଏରେ ୬୧୪, ଲାଟେରାଲ ଏଣ୍ଟ୍ରି ଏମ୍‌ସିଏରେ ୨୪୭, ବି.ଫାର୍ମାରେ ୧୧୬୨ ଓ ଏମ୍‌.ଫାର୍ମାରେ ୪୯ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ପୂର୍ବାହ୍ନ ସାଢ଼େ ୯ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ପ୍ରଥମ ସିଟିଂରେ ବି.ଟେକ୍‌ ଓ ବି. ଫାର୍ମା ପାଠ୍ୟକ୍ରମ ପାଇଁ ପ୍ରବେଶିକା ପରୀକ୍ଷା ହୋଇଥିଲା। ଅନ୍ୟ ପାଠ୍ୟକ୍ରମଗୁଡ଼ିକ ଲାଗି ମଧ୍ୟାହ୍ନ ୧୨ଟାରୁ ଅପରାହ୍‌ଣ ୧ଟା ପର୍ଯ୍ୟନ୍ତ ଦ୍ବିତୀୟ ସିଟିଂରେ ଶାନ୍ତିଶୃଙ୍ଖଳାର ସହ ପରୀକ୍ଷା ଶେଷ ହୋଇଛି। ଆସନ୍ତା ଜୁଲାଇ ୨୫ରେ ସ୍ବତନ୍ତ୍ର ଓଜେଇଇ ପରୀକ୍ଷା ଫଳ ପ୍ରକାଶ ପାଇବ। ଜୁଲାଇ ୨୫ରୁ ୨୭ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ରୢାଙ୍କକାର୍ଡ ଡାଉନ୍‌ଲୋଡ୍‌ କରିବା ସହ ଅନ୍‌ଲାଇନ୍‌ରେ ଚଏସ୍‌ ଫିଲିଂ କରିପାରିବେ। ଜୁଲାଇ ୩୦ରେ ପ୍ରଥମ ପର୍ଯ୍ୟାୟ ଆଲଟ୍‌ମେଣ୍ଟ କରାଯିବ। ଅଗଷ୍ଟ ୧ ଓ ୨ରେ ନୋଡାଲ୍‌ ସେଣ୍ଟର୍‌ରେ ଡକ୍ୟୁମେଣ୍ଟ ଯାଞ୍ଚ ହେବ। ୩ ତାରିଖରେ ଚୂଡ଼ାନ୍ତ ଆ‌ଲଟ୍‌ମେଣ୍ଟ ସହ ଛାତ୍ରଛାତ୍ରୀ କଲେଜରେ ରିପୋର୍ଟିଂ କରିପାରିବେ ବୋଲି ଓଜେଇଇ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର