ଆଜି ପୁଣି ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ, ୬ରେ ପହଞ୍ଚିଲା ରାଜ୍ୟରେ ମୃତକଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେ ଖୋର୍ଦ୍ଧା ଜିଲ୍ଲାର ଏବଂ ତାଙ୍କ ବୟସ ୭୦ ବର୍ଷ ବୋଲି ଜଣାଯାଇଛି। ଏବେ ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ଏହା ପୂର୍ବରୁ କଟକର ୭୫ବର୍ଷର ଜଣେ ବ୍ୟକ୍ତି କରୋନାରେ ପ୍ରାଣ ହରାଇଥିଲେ। ତାଙ୍କର ଅନ୍ୟାନ୍ୟ ଜଟିଳ ରୋଗ ଥିବା ସହିତ ନିଶ୍ବାସ ପ୍ରଶ୍ବାସରେ ସମସ୍ୟା ରହିଥିଲା। ଗତ ୧୭ତାରିଖରେ ଭୁବନେଶ୍ବର ଏମ୍‌ସରେ ତାଙ୍କୁ ଭର୍ତି କରାଯାଇଥିବା ବେଳେ କିଛି ଘଣ୍ଟା ଭିତରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ପରେ ତାଙ୍କ ନମୁନା ପରୀକ୍ଷା କରାଯାଇଥିବା ବେ‌ଳେ ସେ କରୋନାରେ ସଂକ୍ରମିତ ଥିବା ଜଣାପଡ଼ିଥିଲା। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଥିଲା।

ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୭୨ଜଣ ସଙ୍ଗରୋଧ କେନ୍ଦ୍ରରେ ଥିବାର ସୂଚନା ମିଳିଛି।

ଏବେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୭୩୯ରେ ପହଞ୍ଚିଥିବା ବେଳେ ୩୦୭ଜଣ ସୁସ୍ଥ ହୋଇଛନ୍ତି। ଏବେ ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଛି।

 

ସମ୍ବନ୍ଧିତ ଖବର