ଏହି ସବୁ ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଏହି ୫ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ରବିବାର ପୂର୍ବାନୂମାନ କରିଛି।  ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟ ଠାରୁ ଦୁଇ ଦିନ ଆଗୁଆ ଓଡିଶାକୁ ଛୁଇଁ ସାରିଥିବା ବେଳେ ଏହାର ପ୍ରଭାବରେ ଆଜି ୫ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବାଲେଶ୍ୱର ଆଦି ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ହେବ।


ସେହିପରି କୋରପୁଟ, ମାଲକାନଗିରି, ନବରଙ୍ଗପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଗତକାଲି ମୟୁରଭଞ୍ଜ, ଝାରସୁଗୁଡା, ସମ୍ବଲପୁର, କନ୍ଧମାଳ, ଝାରସୁଗୁଡ଼ା, କଳାହାଣ୍ଡି,ବାଲେଶ୍ୱର, ଦେଓଗଡ଼,ସୋନପୁର ଆଦି ସ୍ଥାନରେ ବର୍ଷା ହୋଇଥିଲା। ସେହିପରି ଗତକାଲି ଟିଟଲାଗଡ଼ରେ ସର୍ବାଧିକ ତାପମାତ୍ର ୩୮.୫ଡିଗ୍ରୀ ସେଲସିୟସ୍‌ ଥିବା ବେଳେ ସୁନ୍ଦରଗଡ଼ରେ ୧୯.୦ଡିଗ୍ରୀ ସର୍ବନିମ୍ନ ତାପମାତ୍ର ରହିଥିଲା।

ସମ୍ବନ୍ଧିତ ଖବର