୧୧ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ବଜ୍ରପାତ ନେଇ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଚାରିଦିନ ଧରି ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହ କୁଆପଥର ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ପୂର୍ବାନୁମାନ କରାଯାଇଛି। ଆଜି ଅନୁଗୁଳ, ସମ୍ବଲପୁର, ଦେଓଗଡ଼, ଢ଼େଙ୍କାନାଳ, ଗଞ୍ଜାମ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଓଡ଼ିଶାର ସୋନପୁରରେ ସର୍ବାଧିକ ତାପମାତ୍ରା ୩୮.୬ ଡିଗ୍ରି ସେଲସିୟସ୍‌ ଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୬.୫ ଡିଗ୍ରି ସେଲସିୟସ୍‌ ତାପମାତ୍ରା ରହିଛି। ୧୮ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ସେହିପରି ରାଜ୍ୟର ଅନେକ ଜିଲ୍ଲାରେ ୧୪, ୧୫, ୧୬ ଓ ୧୭ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସାଙ୍ଗକୁ କୁଆପଥର ବର୍ଷା ହୋଇପାରେ। କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏନେଇ ଜିଲ୍ଲାର ବାସିନ୍ଦାମାନଙ୍କୁ ସତର୍କ ରହିବାକୁ ବି ପରାମର୍ଶ ଦିଆଯାଇଛି।

ସମ୍ବନ୍ଧିତ ଖବର