ବଜ୍ରପାତ ଆଶଙ୍କା ନେଇ ୧୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବଜ୍ରପାତ ଆଶଙ୍କା ଥିବା ନେଇ ୧୬ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡା, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଳାହାଣ୍ଡି ଓ ଗଞ୍ଜାମ ଆଦି ରହିଛି।

ସେହିପରି ୧୭ରୁ ୧୮ ତାରିଖ ମଧ୍ୟରେ କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଞ୍ଜାମ, କନ୍ଧମାଳ, ମୟୁରଭଞ୍ଜ, ଭଦ୍ରକ, ଢ଼େଙ୍କାନାଳ ଓ ଗଜପତି ଏବଂ ୧୮ରୁ ୧୯ ତାରିଖ ମଧ୍ୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, ଗଞ୍ଜାମ, ଗଜପତି, କନ୍ଧମାଳ, କେନ୍ଦ୍ରାପଡ଼ା ଓ କଟକ ଆଦି ଜିଲ୍ଲାକୁ ବଜ୍ରପାତ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୧୯ରୁ ୨୧ ତାରିଖ ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ଗଜପତି, ମୟୁରଭଞ୍ଜ, ଗଞ୍ଜାମ, ପୁରୀ ଓ ବାଲେଶ୍ୱର ଆଦି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର