ପାଣିପାଗ ସତର୍କତା : ଉତ୍ତର ଓଡ଼ିଶାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲା ବିଶେଷ କରି ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକରେ କୁଆପଥର ମାଡ଼ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ସୂଚନା ଦିଆଯାଇଛି। ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ତଥା ବଜ୍ରପାତ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର ଆଦି ଜିଲ୍ଲାର କିଛି ସ୍ଥାନରେ ଝଡ଼ତୋଫାନ ଓ ଘଡ଼ଘଡ଼ି ସହିତ ବର୍ଷା ହେବାର ଆଶଙ୍କା ରହିଛି। ସନ୍ଧ୍ୟା ୭ ପୂର୍ବରୁ ବାହାରକୁ ଯିବା ପୂର୍ବରୁ ସତର୍କ ରହିବା ପାଇଁ ପାଣିପାଗ କାର୍ଯାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଭୁବନେଶ୍ବର ସମେତ ଉପକୂଳ ଓଡ଼ିଶାରେ ପୂର୍ବାହ୍ନରୁ ଖରା ଓ ଅସହ୍ୟ ଗରମ ହୋଇଥିଲେ ମଧ୍ୟ ଅପରାହ୍ନ ୩ଟା ପରେ ପାଗରେ ହଠାତ୍ ପରିବର୍ତ୍ତନ ଦେଖାଯାଇଛି।

ସମ୍ବନ୍ଧିତ ଖବର