ବାଲେଶ୍ୱର,ଭଦ୍ରକ ଓ ଯାଜପୁର ସମେତ ଏହି ସବୁସ୍ଥାନରେ ଆଗାମୀ ୨୪ଘଣ୍ଟା ମଧ୍ୟରେ କୁଆପଥର ସହ ବର୍ଷା ସମ୍ଭାବନା !

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲା ବିଶେଷ ଭାବେ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର,ଭଦ୍ରକ, ଯାଜପୁର, ଅନୁଗୁଳ, କନ୍ଧମାଳ, କେରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ ଓ ଗଜପତିରେ କୁଆପଥରମାଡ ସହ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ରବିବାର ସୂଚନା ଦିଆଯାଇଛି। ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ତଥା ବଜ୍ରପାତ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଏହିସବୁ ଜିଲ୍ଲାରେ କୁଆପଥର ମାଡ଼, ଝଡ଼ତୋଫାନ ଓ ଘଡ଼ଘଡ଼ି ସହିତ ବର୍ଷା ହେବାର ଆଶଙ୍କା ରହିଛି। ଏଣୁ ଏହି ସମୟରେ ବାହାରକୁ ନଯିବା ପୂର୍ବରୁ ସତର୍କ ରହିବା ପାଇଁ ପାଣିପାଗ କାର୍ଯାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଭୁବନେଶ୍ୱର ସମେତ ଓଡ଼ିଶାରେ ବିଭିନ୍ନ ଜିଲ୍ଲାରେ ପୂର୍ବାହ୍ନରୁ ଖରା ଓ ଅସହ୍ୟ ଗରମ ଅନୁଭୂତ ହୋଇଛି। ତେବେ ଆଗାମୀ ୨୪ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର,ଭଦ୍ରକ, ଯାଜପୁର, ଅନୁଗୁଳ, କନ୍ଧମାଳ, କେରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା ହେଲେ ଗରମରୁ ସାମନ୍ୟ ତ୍ରାହି ମିଳି ପାରିବ।

ସମ୍ବନ୍ଧିତ ଖବର