କଟକ, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ସମେତ ଏହି ସବୁସ୍ଥାନରେ ଆଗମୀ ୨୪ଘଣ୍ଟା ମଧ୍ୟରେ କୁଆପଥର ସହ ବର୍ଷା ସମ୍ଭାବନା !

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲା ବିଶେଷ ଭାବେ ମୟୁରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ, କନ୍ଧମାଳ, କେରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ଖୋର୍ଦ୍ଧା ଓ ପୁରୀରେ କୁଆପଥରମାଡ ସହ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ଶୁକ୍ରବାର ସୂଚନା ଦିଆଯାଇଛି। ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ତଥା ବଜ୍ରପାତ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଏହିସବୁ ଜିଲ୍ଲାରେ କୁଆପଥର ମାଡ଼, ଝଡ଼ତୋଫାନ ଓ ଘଡ଼ଘଡ଼ି ସହିତ ବର୍ଷା ହେବାର ଆଶଙ୍କା ରହିଛି। ଏଣୁ ଏହି ସମୟରେ ବାହାରକୁ ନଯିବା ପୂର୍ବରୁ ସତର୍କ ରହିବା ପାଇଁ ପାଣିପାଗ କାର୍ଯାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଭୁବନେଶ୍ୱର ସମେତ ଓଡ଼ିଶାରେ ବିଭିନ୍ନ ଜିଲ୍ଲାରେ ପୂର୍ବାହ୍ନରୁ ଖରା ଓ ଅସହ୍ୟ ଗରମ ଅନୁଭୂତ ହୋଇଛି। ତେବେ ଆଗାମୀ ୨୪ଘଣ୍ଟା ମଧ୍ୟରେ ବର୍ଷା ହେଲେ ଗରମରୁ ସାମନ୍ୟ ତ୍ରାହି ମିଳିବ।

ସମ୍ବନ୍ଧିତ ଖବର