୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରେ କୁଆପଥର ସହ ଝଡ଼ ବର୍ଷା ହେବାର ସମ୍ଭାବନା: ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନ ବିଶେଷ କରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, କନ୍ଧମାଳ, କୋରାପୁଟ, ରାୟଗଡ଼ା ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଆଦି ରାଜ୍ୟର ୧୬ଟି ଜିଲ୍ଲାର ବିଭିନ୍ନ ସ୍ଥାନରେ କୁଆପଥରମାଡ ସହ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ଗୁରୁବାର ଅପରାହ୍ଣରେ ଏକ ସତର୍କ ସୂଚନା ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଏହି ସମସ୍ତ ଜିଲ୍ଲାର କେତେକ ସ୍ଥାନରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ ହୋଇପାରେ ବୋଲି ମଧ୍ୟ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଏହିସବୁ ଜିଲ୍ଲାରେ କୁଆପଥର ମାଡ଼, ଝଡ଼ତୋଫାନ ଓ ଘଡ଼ଘଡ଼ି ସହିତ ବର୍ଷା ହେବାର ଆଶଙ୍କା ରହିଛି। ଏଣୁ ଏହି ସମୟରେ ବାହାରକୁ ନଯିବା ପୂର୍ବରୁ ସତର୍କ ରହିବା ପାଇଁ ପାଣିପାଗ କାର୍ଯାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଭୁବନେଶ୍ୱର ସମେତ ଓଡ଼ିଶାରେ ବିଭିନ୍ନ ଜିଲ୍ଲାରେ ପୂର୍ବାହ୍ନରୁ ପ୍ରବଳ ଖରା ଓ ଅସହ୍ୟ ଗରମ ଅନୁଭୂତ ହୋଇଛି। ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବର୍ଷା ହେଲେ ଗରମରୁ ସାମନ୍ୟ ତ୍ରାହି ମିଳି ପାରିବ।

ସମ୍ବନ୍ଧିତ ଖବର