ଏହି ସବୁ ସ୍ଥାନରେ ଆଗାମୀ ୨୪ଘଣ୍ଟା ମଧ୍ୟରେ କୁଆପଥର ସହ ବର୍ଷା ସମ୍ଭାବନା !

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲା ବିଶେଷ ଭାବେ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ କୁଆପଥର  ସହ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ଶୁକ୍ରବାର ସୂଚନା ଦିଆଯାଇଛି। ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ତଥା ବଜ୍ରପାତ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଦକ୍ଷିଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ତଥା ମୟୁରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାରେ କୁଆପଥର ମାଡ଼, ଝଡ଼ତୋଫାନ ଓ ଘଡ଼ଘଡ଼ି ସହିତ ବର୍ଷା ହେବାର ଆଶଙ୍କା ରହିଛି। ଏଣୁ ଏହି ସମୟରେ ବାହାରକୁ ନ ଯିବା ପୂର୍ବରୁ ସତର୍କ ରହିବା ପାଇଁ ପାଣିପାଗ କାର୍ଯାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଭୁବନେଶ୍ୱର ସମେତ ଓଡ଼ିଶାରେ ବିଭିନ୍ନ ଜିଲ୍ଲାରେ ପୂର୍ବାହ୍ନରୁ ଖରା ଓ ଅସହ୍ୟ ଗରମ ଅନୁଭୂତ ହୋଇଛି। ତେବେ ଆଗାମୀ ୨୪ଘଣ୍ଟା ମଧ୍ୟରେ ବର୍ଷା ହେଲେ ଗରମରୁ ସାମନ୍ୟ ତ୍ରାହି ମିଳିବ।

 

ସମ୍ବନ୍ଧିତ ଖବର