ପାଣିପାଗ: ଆଗାମୀ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ବୁଧବାର ଏହି ସୂଚନା ଦିଆଯାଇଛି। ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ କୋରାପୁଟ, ଗଜପତି, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ, ଭଦ୍ରକ, ବାଲେଶ୍ୱର ଓ ରାୟଗଡ଼ା ଜିଲ୍ଲାରେ ଝଡ଼ତୋଫାନ ସହିତ ବର୍ଷା ହେବାର ଆଶଙ୍କା ରହିଛି। ସନ୍ଧ୍ୟା ୭ଟା ୪୫ ପୂର୍ବରୁ ବାହାରକୁ ଯିବା ପୂର୍ବରୁ ସତର୍କ ରହିବା ପାଇଁ ପାଣିପାଗ କାର୍ଯାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଉପକୂଳ ଓଡ଼ିଶାରେ ପୂର୍ବାହ୍ନରୁ ଖରା ଓ ଅସହ୍ୟ ଗରମ ହୋଇଥିଲେ ମଧ୍ୟ ଅପରାହ୍ନ ୪ଟା ପରେ ପାଗରେ ହଠାତ୍‌ ପରିବର୍ତ୍ତନ ଦେଖାଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ତେଣୁ ବାହାରକୁ ଯିବା ପୂର୍ବରୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧିତ ଖବର