ପାଣିପାଗ: ଆଗାମୀ ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା

ରାତି ୮ଟା ଯାଏଁ ସତର୍କ ସୂଚନା

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାର ୫ଟି ଜିଲ୍ଲାର କିଛି ସ୍ଥାନରେ ଆଜି ରାତି ୮ଟା ସୁଦ୍ଧା କାଳବୈଶାଖୀ ସହିତ ବର୍ଷା ହେବାର ଅନୁମାନ କରାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ଗୁରୁବାର ଏହି ସୂଚନା ଦିଆଯାଇଛି। ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ପୁରୀ ଓ ଜଗତସିଂହପୁର ଜିଲ୍ଲାର କିଛି ସ୍ଥାନରେ ଝଡ଼ତୋଫାନ ଓ ଘଡ଼ଘଡ଼ି ସହିତ ବର୍ଷା ହେବାର ଆଶଙ୍କା ରହିଛି। ସନ୍ଧ୍ୟା ୮ ପୂର୍ବରୁ ବାହାରକୁ ଯିବା ପୂର୍ବରୁ ସତର୍କ ରହିବା ପାଇଁ ପାଣିପାଗ କାର୍ଯାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଉପକୂଳ ଓଡ଼ିଶାରେ ପୂର୍ବାହ୍ନରୁ ଖରା ଓ ଅସହ୍ୟ ଗରମ ହୋଇଥିଲେ ମଧ୍ୟ ଅପରାହ୍ନ ୩ଟା ପରେ ପାଗରେ ହଠାତ୍‌ ପରିବର୍ତ୍ତନ ଦେଖାଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ତେଣୁ ବାହାରକୁ ଯିବା ପୂର୍ବରୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧିତ ଖବର