ଟିଟଲାଗଡ଼ ପାଲଟିଛି ତତଲାଗଡ଼; ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏହି ୯ ଜିଲ୍ଲାରେ ଅଛି କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ନବରଙ୍ଗପୁର, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସାଟେଲାଇଟ୍‌ ଚିତ୍ର ଓ ଡପ୍‌ଲର ରାଡାର ସୂଚନାକୁ ଆଧାର କରି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏହି ସତର୍କ ସୂଚନାରେ କୁହାଯାଇଛି ଯେ ଆଜି ରାତି ମଧ୍ୟରେ ଏହି ସମସ୍ତ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହଠାତ୍‌ ପାଗରେ ପରିବର୍ତ୍ତନ ହେବା ସହ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଆରମ୍ଭ ହୋଇଯିବ। ଏଥିସହ ଏହି ସମୟ ମଧ୍ୟରେ ଏହି ସମସ୍ତ ସ୍ଥାନରେ ଘଣ୍ଟାପ୍ରତି ୩୦ର ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତର ଆଶଙ୍କା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବାକୁ ଜାରି ସତର୍କ ସୂଚନାରେ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

News Nation

ଗତକାଲି ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୩.୫ ଡିଗ୍ରି ସେଲସିୟସ୍‌ ଟିଟଲାଗଡ଼ ଠାରେ ରେକର୍ଡ କରାଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ୨୨ ଡିଗ୍ରି ସେଲସ୍ରିୟସ୍‌ ରେକର୍ଡ କରାଯାଇଛି।

ସମ୍ବନ୍ଧିତ ଖବର