୨୦ରୁ ୨୨ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର: ଆସନ୍ତା ୨୦ରୁ ୨୨ ତାରିଖ ମଧ୍ୟରେ ଓଡ଼ିଶାକୁ ପ୍ରଥମେ ମୌସୁମୀ ବାୟୁ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଫଳରେ ୨୦ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉତ୍ତର ଉପକୂଳରେ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।

ତେବେ ୧୭ରୁ ୧୮ ତାରିଖ ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଉପକୂଳ ଓଡ଼ିଶାରେ କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଉପକୂଳ ଓଡ଼ିଶା, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ ଓ ବୌଦ୍ଧ ଆଦି ଜିଲ୍ଲାରେ ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବହିବ । ତେଣୁ ଏହି ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସେହିପରି ୧୯ରୁ ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସମ୍ବନ୍ଧିତ ଖବର