ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ୧୩ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, ଦେବଗଡ଼, ମୟୁରଭଞ୍ଜ ଓ ଭଦ୍ରକ ଆଦି ରହିଛି।
ସେହିପରି ୧୯ରୁ ୨୦ ତାରିଖ ମଧ୍ୟରେ ବଜ୍ରପାତ ଆଶଙ୍କା ନେଇ କନ୍ଧମାଳ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, ଭଦ୍ରକ ଓ ଗଜପତି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ୨୦ରୁ ୨୧ ତାରିଖ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କେନ୍ଦୁଝର, ଢ଼େଙ୍କାନାଳ ଓ କଟକ ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ନେଇ ୟେଲୋ ଓ୍ଵାର୍ଣ୍ଣିଂ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/09/lightning-750x429.jpg)